News

ରାଜ୍ୟଗୋଷ୍ଠୀ କ୍ରୀଡ଼ା-୨୦୧୮ର ଟେବୁଲ ଟେନିସ୍ ପଦକ ବିଜେତାଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଭାବ ବିନିମୟ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଗତକାଲି ରାଜ୍ୟଗୋଷ୍ଠୀ କ୍ରୀଡ଼ା-୨୦୧୮ର ଟେବୁଲ ଟେନିସ୍ ପଦକ ବିଜେତାଙ୍କ ସହ ଭାବ ବିନିମୟ କରିଛନ୍ତି। ଏହି କ୍ରୀଡ଼ାବିତମାନେ ପ୍ରଧାନମନ୍ତ୍ରୀଙ୍କୁ ନୂଆଦିଲ୍ଲୀର ସଂସଦ ଭବନ ଠାରେ ସାକ୍ଷାତ କରିଥିଲେ।

ପଦକ ବିଜେତାମାନଙ୍କୁ ଅଭିନନ୍ଦନ ଜ୍ଞାପନ କରି ପ୍ରଧାନମନ୍ତ୍ରୀ କହିଲେ ଯେ ସେମାନଙ୍କର ଉଲ୍ଲେଖନୀୟ କ୍ରୀଡା ପ୍ରଦର୍ଶନ ଭାରତକୁ ବିଶ୍ୱ ସ୍ତରରେ ପହଞ୍ଚାଇଛି । ସେମାନଙ୍କ ଲାଗି ସମଗ୍ର ଦେଶ ଗର୍ବ ଓ ଗୌରବ ଅନୁଭବ କରେ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ।

ପ୍ରଧାନମନ୍ତ୍ରୀ କହିଲେ ଯେ ଦେଶରେ କ୍ରୀଡ଼ା ପ୍ରତିଭାମାନେ ଛୋଟ ଛୋଟ ଟାଉନରେ ରହିଛନ୍ତି । ଏକଥା ସଭିଏଁ ସ୍ୱୀକାର କରିବେ । ତେଣୁ ସେମାନଙ୍କୁ ଚିହ୍ନଟ କରାଯାଇ ସେମାନେ କିଭଳି ଉତ୍ତମ ଓ ଗୁଣାତ୍ମକ ତାଲିମ ପାଇପାରିବେ ତାହା ଉପରେ ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ।

ଏହି ଅବସରରେ କେନ୍ଦ୍ର ପେଟ୍ରୋଲିୟମ୍ ଓ ପ୍ରାକୃତିକ ବାଷ୍ପ ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଯୁବ ବ୍ୟାପାର ଓ କ୍ରୀଡ଼ା ରାଷ୍ଟ୍ର ମନ୍ତ୍ରୀ ଏବଂ ସୂଚନା ଓ ପ୍ରସାରଣ ମନ୍ତ୍ରୀ (ସ୍ୱାଧୀନ ଦାୟିତ୍ୱ) କର୍ଣ୍ଣେଲ ରାଜ୍ୟବର୍ଦ୍ଧନ ସିଂହ ରାଠୋର ଉପସ୍ଥିତ ଥିଲେ।

ରାଜ୍ୟଗୋଷ୍ଠୀ କ୍ରୀଡ଼ା-୨୦୧୮ର ଟେବୁଲ ଟେନିସ୍ ପଦକ ବିଜେତାଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଭାବ ବିନିମୟ ରାଜ୍ୟଗୋଷ୍ଠୀ କ୍ରୀଡ଼ା-୨୦୧୮ର ଟେବୁଲ ଟେନିସ୍ ପଦକ ବିଜେତାଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଭାବ ବିନିମୟ pm modi

ପଢନ୍ତୁ; ଚାଲିବା ଶୈଳିରୁ ଜାଣନ୍ତୁ ଯୁବତୀ ମାନଙ୍କ ସ୍ଵଭାବ ସମ୍ପର୍କରେ?

Related posts

କଟକ ସହରରେ ଘଟିଛି ଭୟାବହ ଅଗ୍ନିକାଣ୍ଡ

Krishna Kumar Manoj

ଚୀନର ଏହି ଯୋଜନା ସଫଳ ହୋଇଗଲେ , ଭାରତ ଉପରକୁ ବିପଦ ଘନେଇ ଆସିପାରେ

Krishna Kumar Manoj

ସମସ୍ତ ୧୪ ପ୍ରକାର ୧୦ ଟଙ୍କିଆ କଏନ ବୈଧ : ବିନା ସଙ୍କୋଚରେ ବ୍ୟବହାର କରନ୍ତୁ

Krishna Kumar Manoj

1 comment

Leave a Comment

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More