ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ବାଲେଶ୍ବର ସାଂସଦ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ଆଜି ସକାଳେ ଡିସଚାର୍ଜ ହୋଇଥିବାର ଖବର ମିଳିଛି। ସ୍ବାସ୍ଥ୍ୟର ଅଧିକ ଯାଞ୍ଚ ଲାଗି ତାଙ୍କୁ ଭୁବନେଶ୍ବର ଏମ୍ସକୁ ରେଫର୍ କରାଯାଇଛି।
ବାଲେଶ୍ବର ସାଂସଦ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ଆଜି ସକାଳେ ଡିସଚାର୍ଜ ହୋଇଥିବାର ଖବର ମିଳିଛି। ସ୍ବାସ୍ଥ୍ୟର ଅଧିକ ଯାଞ୍ଚ ଲାଗି ତାଙ୍କୁ ଭୁବନେଶ୍ବର ଏମ୍ସକୁ ରେଫର୍ କରାଯାଇଛି। ଏନେଇ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ଦୁଲାଲସେନ ଜଗଦେବ ସୂଚନା ଦେଇଛନ୍ତି।
ତାଙ୍କ କହିବା ଅନୁଯାୟୀ, ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିଛି। ସାଂସଦ ନିଜେ ବି କହିଥିଲେ ଯେ ତାଙ୍କୁ ଭଲ ଲାଗୁଛି। ଏଣୁ ତାଙ୍କୁ ମୁଖ୍ୟ ଚିକିତ୍ସାଳୟରୁ ଆଜି ସକାଳେ ଡିସଚାର୍ଜ କରାଯାଇଛି। ଏହାପରେ ତାଙ୍କୁ ଏମ୍ସକୁ ରେଫର୍ କରାଯାଇଛି। ତାଙ୍କ ସହ ଏକ ମେଡିକାଲ୍ ଟିମ୍ ମଧ୍ୟ ଏମ୍ସ ଯାଉଛନ୍ତି। ନିମୋନିଆ ଜ୍ବରରେ ଆକ୍ରାନ୍ତ ହୋଇଥିବା ହେତୁ ଏଥରୁ ସଂପୂର୍ଣ୍ଣ ସୁସ୍ଥ ହେବାକୁ ଅତି କମରେ ୭ ଦିନ ଲାଗିବ। ଏଥିସହ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ବାଲେଶ୍ବର ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି। ସ୍ବତନ୍ତ୍ର ମେଡିକାଲ୍ ଟିମ୍ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କୁ ଭୁବନେଶ୍ବର ଏମ୍ସକୁ ଆଣୁଛନ୍ତି।ସୂଚନାଯୋଗ୍ୟ, ଗତକାଲି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ ବାଲେଶ୍ବର ସାଂସଦ ପ୍ରତାପ ଷଡ଼ଙ୍ଗୀ। ଶ୍ରୀ ଷଡ଼ଙ୍ଗୀ ଗତ ସପ୍ତାହେ ହେଲା ଜ୍ବରରେ ପଡ଼ିଥିଲେ। ଛାତିରେ ଯନ୍ତ୍ରଣା ଓ ନିଶ୍ବାସ ନେବାରେ କଷ୍ଟ ଅନୁଭବ କରୁଥିଲେ। ଗତକାଲି ଅପରାହ୍ଣରେ ବାଲେଶ୍ବର ଜିଲ୍ଲା ବଡ଼ ଡାକ୍ତରଖାନାରେ ସ୍ବାସ୍ଥ୍ୟ ପରୀକ୍ଷା କରିବା ପରେ ସେ ନିମୋନିଆ ଜ୍ବରରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଥିଲା।
ଏହାପରେ ତାଙ୍କୁ ଆଇସିୟୁରେ ଆଡ୍ମିଶନ ହେବାକୁ ଡାକ୍ତର ପରାମର୍ଶ ଦେଇଥିବା ସାଂସଦଙ୍କ ବ୍ୟକ୍ତିଗତ ସହାୟକ ଚନ୍ଦ୍ରବିନ୍ଦୁ ଦାସ ସୂଚନା ଦେଇଥିଲେ। ସାଂସଦ ପ୍ରତାପ ଷଡ଼ଙ୍ଗୀ ଡାକ୍ତରଖାନାରେ ଭର୍ତ୍ତି ହେବାର ଖବର ପାଇ ବହୁ ବ୍ୟକ୍ତି ସେଠାରେ ପହଞ୍ଚିଥିଲେ । ଉଲ୍ଲେଖ ଥାଉ କି ୫ ଦିନ ତଳେ ମଧ୍ୟ ବାଲେଶ୍ବର ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଆଣି ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଥିଲା | ଆଉ ଗଳା ଓ ଛାତିରେ ଭୀଷଣ ଯନ୍ତ୍ରଣା ଅନୁଭବ କରୁଥିବାରୁ ତାଙ୍କୁ ଔଷଧ ଦିଆଯାଇଥିଲା | ଏହାପରେ ସେ ଘରକୁ ଫେରିଯାଇଥିଲେ। ତେବେ ଆଜି ଗତକାଲି ସେ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।