Loading...

ଆଜି ଶପଥ ଗ୍ରହଣ ପୂର୍ବରୁ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କୁ ଦର୍ଶନ କଲେ ରଘୁବର ଦାସ

ଆଜି ଶପଥ ଗ୍ରହଣ ପୂର୍ବରୁ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କୁ ଦର୍ଶନ କଲେ ରଘୁବର ଦାସ

ଦିନ ୧୧ଟା ୪୫ରେ ରାଜଭବନରେ ଓଡ଼ିଶାର ୨୬ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବେ ଓଡ଼ିଶାର ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସ। ଗତକାଲି ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି।

ଦିନ ୧୧ଟା ୪୫ରେ ରାଜଭବନରେ ଓଡ଼ିଶାର ୨୬ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବେ ଓଡ଼ିଶାର ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସ।  ଗତକାଲି ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। କର୍ମକ୍ଷେତ୍ରରେ ଯୋଗଦେବା ପୂର୍ବରୁ ମହାପ୍ରଭୁଙ୍କ ଆଶୀର୍ବାଦ ଓ ଆଜି ସକାଳେ ଶ୍ରୀଲିଙ୍ଗରାଜଙ୍କୁ ଦର୍ଶନ କରିଛନ୍ତି। ରାଜ୍ୟପାଳଙ୍କ ଶପଥ ଗ୍ରହଣ ଉତ୍ସବ ପାଇଁ ରାଜ୍ୟପାଳଙ୍କର ୮୦ଜଣ ବନ୍ଧୁ ଓ ପରିବାର ବର୍ଗ ତାଙ୍କ ସହ ଓଡିଶା ଆସିଛନ୍ତି। ନୂଆ ରାଜ୍ୟପାଳଙ୍କୁ ପ୍ରୋଟୋକଲ୍ ଅନୁଯାୟୀ Z+ ସୁରକ୍ଷା ପ୍ରଦାନ କରାଯାଇଛି । 

ସୂଚନାନୁସାରେ, ଦୁଇଥର ଝାଡଖଣ୍ଡ ବିଜେପି ରାଜ୍ୟ ସଭାପତି ରହିଥିଲେ ରଘୁବର। ସେରାଜ୍ୟପାଳ ଭାବେ ନିଯୁକ୍ତ ହେବା ପରେ ରାଜ୍ୟରେ କିଭଳି ହେବ ତାଙ୍କ କାର୍ଯ୍ୟଧାରା ତାକୁ ନେଇ ଚର୍ଚ୍ଚା। ରାଜ୍ୟ ସରକାରଙ୍କ ସହ ସମନ୍ବୟ ରକ୍ଷା କରି ରଘୁବର କାମ କରିବେ ନା ଅନ୍ୟ କିଛି ରାଜ୍ୟରେ ଯେମିତି ରାଜ୍ୟପାଳ ଓ ସରକାର ଭିତରେ ବିବାଦ ଲାଗି ରହିଛି ସେମିତି ସ୍ଥିତି ଆସିବ ତାକୁ ନେଇ ଚର୍ଚ୍ଚା ଲାଗି ରହିଛି।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.