Loading...

୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା; ୭ ଜିଲ୍ଲାକୁ ପାଇଁ ଅରେଞ୍ଜ, ୧୩ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ

୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା; ୭ ଜିଲ୍ଲାକୁ ପାଇଁ ଅରେଞ୍ଜ, ୧୩ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ

ପାଣିପାଗ ବିଭାଗର ବିଶ୍ଳେଷଣ ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ୨୧ ତାରିଖ ବୁଧବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ଏବଂ ବିଜୁଳି ଘଡଘଡି ମାରିବାର ସମ୍ଭାବନା ରହିଛି।

ପାଣିପାଗ ବିଭାଗର ବିଶ୍ଳେଷଣ ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ୨୧ ତାରିଖ ବୁଧବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ଏବଂ ବିଜୁଳି ଘଡଘଡି ମାରିବାର ସମ୍ଭାବନା ରହିଛି।
ବିଶେଷ କରି ବଲାଙ୍ଗୀର, ବରଗଡ଼, ସୋନପୁର, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼ ଏବଂ ଦେବଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୭ ରୁ ୨୦ସେମି) ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୭ଟି ଜିଲ୍ଲାକୁ କମଳା ଚେତାବନୀ ବା ଅରେଞ୍ଜଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।

 

ସେହିପରି ଏହି ସମୟ ମଧ୍ୟରେ ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ରାୟଗଡ଼ା, କନ୍ଧମାଳ, ଗଜପତି, ଗଂଜାମ, କଳାହାଣ୍ଡି, ବୌଦ୍ଧ, ଅନୁଗୁଳ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା (୭ରୁ ୧୧ସେମି) ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସବୁ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି।ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଟ୍ଵିନ୍‌ ସିଟି ଭୁବନେଶ୍ୱର ଓ କଟକରେ ମଧ୍ୟ ବଜ୍ରପାତ ସହ ହାଲୁକା ବର୍ଷାର ସମ୍ଭାବନା ରହିଛି।
ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳର ଆକାଶ ମେଘାଛନ୍ନ ରହିବା ସହ ଅସରାଏ ଦୁଇଅସରା ବର୍ଷା ସହ କାଳବୈଶାଖୀର ସମ୍ଭାବନା ରହିଛି।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.