ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା,୧୬ ଜିଲ୍ଲାକୁ ସତର୍କ ସୂଚନା

rain

ଆଜି ଉତ୍ତର ଓଡିଶାରେ ପ୍ରବଳ ବର୍ଷା ସମେତ ରାଜ୍ୟର ୧୬ଟି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗବିତ ପୂର୍ବାନୁମାନ କରିଛନ୍ତି।

୨୭ ପର୍ଯ୍ୟନ୍ତ ଜାରି ହେବ ବର୍ଷା

୨୬,୨୭ରେ ଧୀବରଙ୍କୁ ସମୁଦ୍ର ମନା

ସୋମବାର କେନ୍ଦୁଝର, ବାଲେଶ୍ୱର, ଯାଜପୁର, ଭଦ୍ରକ ଓ ମୟୂରଭଞ୍ଜ ଆଦି ୫ଟି ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୬ ଓ ୨୭ ଏହି ଦୁଇଦିନ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ସହିତ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ। ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ତେବେ ବର୍ଷା ହେବା ଫଳରେ ତାପମାତ୍ରା ହ୍ରାସ ପାଇବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ପଢନ୍ତୁ;  ପ୍ରଥମ ଟି-ଟ୍ବେଣ୍ଟି:ଶେଷ ବଲରେ ଜିତିଲା ଅଷ୍ଟ୍ରେଲିଆ

Related posts

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More