Loading...

ଆଜି ଦକ୍ଷିଣ ଓଡ଼ିଶାରେ ବର୍ଷା, ବଢ଼ିବ ତାପମାତ୍ରା

ଆଜି ଦକ୍ଷିଣ ଓଡ଼ିଶାରେ ବର୍ଷା, ବଢ଼ିବ ତାପମାତ୍ରା

ବାତ୍ୟାର ବାହ୍ୟ ବଳୟ ପ୍ରଭାବରେ ୯ ଓ ୧୦ ତାରିଖରେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି

ସାମୁଦ୍ରିକ ଝଡ଼ ‘ମେଣ୍ଡୋସ୍‌’ ଧୀରେଧୀରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୧୧ କିମି ବେଗରେ ଗତି କରିବା ସହ ଗୁରୁବାର ଦିନ ଚେନ୍ନାଇର ଦକ୍ଷିଣ-ପୂର୍ବ ଦିଗରେ ୫୫୦ କିମି ଦୂରରେ ରହିଛି। ଏହାପରେ ଆଜି (ଶୁକ୍ରବାର) ମଧ୍ୟରାତି ସୁଦ୍ଧା ଉତ୍ତର ତାମିଲନାଡୁ, ପୁଡୁଚେରି ଓ ସଂଲଗ୍ନ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବ। ତେବେ ଏହାର ସିଧା ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ। କିନ୍ତୁ ବାତ୍ୟାର ବାହ୍ୟ ବଳୟ ପ୍ରଭାବରେ ୯ ଓ ୧୦ ତାରିଖରେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।ପାଣିପାଗ କେନ୍ଦ୍ର ସୂଚନା ମୁତାବକ, ୯ ତାରିଖ ସକାଳ ସାଢ଼େ ୮ଟାରୁ ୧୦ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ, ଗଜପତି, ନବରଙ୍ଗପୁର, ରାୟଗଡ଼ା, କନ୍ଧମାଳ ଓ ଗଞ୍ଜାମ ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଠିକ୍‌ ସେହିପରି ୧୦ ତାରିଖ ସକାଳ ସାଢ଼େ ୮ଟାରୁ ୧୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ଗଜପତି ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ହେବାର ଆଶଙ୍କା ରହିଛି। ଏଥିସହ ଆସନ୍ତା ୨୪ ଘଣ୍ଟା ପରେ ରାଜ୍ୟର ରାତି ତାପମାତ୍ରା ବଢ଼ିବ। ବର୍ଷା ପ୍ରଭାବରେ ରାଜ୍ୟର ତାପମାତ୍ରା ପ୍ରାୟ ୨ରୁ ୪ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ।

ଗତ ୨୪ ଘଣ୍ଟାରେ ରାଜ୍ୟର ପାଗ ଶୁଖିଲା ରହିଥିଲା। ସମତଳ ଅଞ୍ଚଳରେ ସର୍ବନିମ୍ନ ରାତିର ତାପମାତ୍ରା ଫୁଲବାଣୀରେ ୯ ଡିଗ୍ରି ରେକର୍ଡ କରାଯାଇଛି। ଠିକ୍‌ ସେହିପରି ପାହାଡ଼ିଆ ଅଞ୍ଚଳ ମଧ୍ୟରେ କୋରାପୁଟ ଜିଲ୍ଲା ସେମିଳିଗୁଡ଼ାରେ ୬.୯ ଡିଗ୍ରି ରାତି ତାପମାତ୍ରା ରେକର୍ଡ କରାଯାଇଛି। ଆଜି ସକାଳେ ରାଜ୍ୟରେ କେତେକ ସ୍ଥାନରେ ଘନକୁହୁଡ଼ି ଦେଖିବାକୁ ମିଳିଥିଲା।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.