News

ରାଜ୍ୟର ବିଭିନ୍ନ ସ୍ଥାନରେ କାଳ ବୈଶାଖୀ: ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା

ରାଜ୍ୟର ବିଭିନ୍ନ ସ୍ଥାନରେ କାଳ ବୈଶାଖୀ  ବର୍ଷା ଜାରି ରହିଛି। ଝାଡଖଣ୍ଡ ଓ ପଶ୍ଚିମବଙ୍ଗରେ ଘୂର୍ଣ୍ଣଝଡ ସୃଷ୍ଟି ହୋଇଛି ଏହାର  ପ୍ରଭାବରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଓଡିଶାର ବିଭିନ୍ନ ସ୍ଥାନରେ କାଳ ବୈଶାଖୀର ପ୍ରଭାବ ଦେଖାଦେବ। ପାଣିପାଗ ବିଭାଗ ପକ୍ଷରୁ ସୂଚନା ରହିଛିକି, ଉପକୂଳ ଓ ଉତ୍ତର ଓଡିଶାର ୧୨ରୁ ଉର୍ଦ୍ଧ୍ବ ଜିଲ୍ଲାରେ ବର୍ଷାର ପ୍ରଭାବ ଅଧିକ ରହିବ। ଦକ୍ଷିଣ ଓଡିଶାର କିଛି କିଛି ଜିଲ୍ଲାରେ ସାମାନ୍ୟ ବର୍ଷାର ସମ୍ଭାବନା ରହିଛି। ଆଜି ସକାଳେ ରାଜ୍ୟର ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା ଲାଗି ରହିଥିବା ବେଳେ ଆକାଶ ମେଘାଚ୍ଛନ୍ନ ରହିଛି। ବର୍ଷାପରେ କିଛିଦିନ ଧରି ଲାଗି ରହିଥିବା ତାତିରୁ ଆଶ୍ୱସ୍ତି ମିଳିଛି।

ବାଲେଶ୍ବରରେ ସର୍ବାଧିକ ୨୮.୨ ମିଲିମିଟର ବର୍ଷା ରେକର୍ଡ କରାଯାଇଛି | ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ଆଜି ସକାଳୁ ଝଡତୋଫାନର ସୂଚନା ରହିଛି। ଦ୍ରକ ଜିଲ୍ଲାର ଧାମନଗର, ଚାନ୍ଦବାଲି ଓ ତିହିଡ଼ି, ଯାଜପୁର ଜିଲ୍ଲାର ଯାଜପୁର ଓ ବିଞ୍ଝାରପୁର, କେନ୍ଦ୍ରାପଡ଼ା ଜିଲ୍ଲାର ଆଳି, ରାଜନଗର ଓ ରାଜକନିକାରେ ଘଡ଼ଘଡ଼ି ସହ ବର୍ଷା ହେବା ସମ୍ଭାବନା ରହିଛି।
ପଢନ୍ତୁ: ନିଜ ଢଙ୍ଗରେ ଭୋଟରଙ୍କୁ ସଚେତନ କଲେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

Related posts

ପଶ୍ଚିମବଙ୍ଗରେ ବିଜେପି କର୍ମୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ENO Beuro

ହାତ ଧରିଲେ ଟେଲି ଅଭିନେତ୍ରୀ ଶିଳ୍ପା ସିନ୍ଧେ

ENO Beuro

ନ୍ୟୁ ଫରକ୍କା ଏକ୍ସପ୍ରେସ ଲାଇନଚ୍ୟୁତ, ୭ ମୃତ

ENO Beuro

Leave a Comment