ଅଯୋଧ୍ୟାରେ ପହଞ୍ଚିଲା ପ୍ରଭୁ ରାମ ଓ ଦେବୀ ଜାନକୀଙ୍କ ପ୍ରତିମା ପ୍ରସ୍ତୁତି ପାଇଁ ଶାଳଗ୍ରାମ ଶିଳାଖଣ୍ଡ
ନେପାଳର ମୁସ୍ତାଙ୍ଗ ଜିଲ୍ଲା ଅନ୍ତର୍ଗତ ଶାଳିଗ୍ରାମ ଅଥବା ମୁକ୍ତିନାଥ ନିକଟରେ ପ୍ରବାହିତ ଗଣ୍ଡକୀ ନଦୀରୁ ଉକ୍ତ ଶିଳା ଦୁଇଟିକୁ ସଂଗ୍ରହ କରାଯାଇଛି ବୋଲି ସେମାନେ କହିଛନ୍ତି।
Loading...
ବଙ୍ଗୋପସାଗରରୁ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ଓଡ଼ିଶାକୁ ପ୍ରବେଶ କରୁଛି। ଏହା ପ୍ରଭାବରେ ରାଜ୍ୟରେ ଶୀତ ସାମାନ୍ୟ କମିବ। ପାରଦ ଊର୍ଧ୍ବଗାମୀ ହେବ। ଏଥିସହ ୨୭ ଓ ୨୮ତାରିଖରେ ରାଜ୍ୟରେ ବର୍ଷାର ବି ସମ୍ଭାବନା ରହିଛି।
ଉତ୍ତର ପଶ୍ଚିମ ଦିଗରୁ ଓଡ଼ିଶା ମଧ୍ୟକୁ ପ୍ରବେଶ କରୁଥିବା ଥଣ୍ଡା ଓ ଶୁଷ୍କ ବାୟୁ ପ୍ରବାହ କମୁଛି। ଫଳରେ ରାତି ତାପମାତ୍ରା ଆସନ୍ତାକାଲିଠାରୁ ବୃଦ୍ଧି ପାଇବା ସମ୍ଭାବନା ରହିଛି। ଆଗାମୀ ଦୁଇଦିନ ପର୍ଯ୍ୟନ୍ତ ପାଗ ମୁଖ୍ୟତଃ ଶୁଖିଲା ରହିବ। ଯଦ୍ଦ୍ବାରା ଶୀତ ପ୍ରକୋପ ହ୍ରାସ ପାଇବ। ୨୭ ଓ ୨୮ରେ ବିଭିନ୍ନ ଅଞ୍ଚଳରେ ହାଲୁକା ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ ଏବଂ କଟକ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ କୁହୁଡି ଦୃଶ୍ୟମାନ ହୋଇପାରେ। ୨୭ରେ ସୁନ୍ଦରଗଡ, ଝାରସୁଗୁଡା, କେନ୍ଦୁଝର, ସମ୍ବଲପୁର ଏବଂ ଦେବଗଡ ଜିଲାର କିଛି ଅଞ୍ଚଳରେ ବର୍ଷା ସମ୍ଭାବନ ରହିଛି। ୨୮ରେ ବର୍ଷା ପରିମାଣ ବୃଦ୍ଧି ପାଇପାରେ। ଏହିଦିନ ଝାରସୁଗୁଡା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, ଅନୁଗୋଳ, ଢେଙ୍କାନାଳ, ଦେବଗଡ, ସମ୍ବଲପୁର, ବରଗଡ ଏବଂ ସୁନ୍ଦରଗଡ ଜିଲାର କେତେକ ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ହେବା ସମ୍ଭାବନା ରହିଛି।
Shakespeare, in the beautiful garden, among the party. Some of the hall: in fact she was ever to.
ନେପାଳର ମୁସ୍ତାଙ୍ଗ ଜିଲ୍ଲା ଅନ୍ତର୍ଗତ ଶାଳିଗ୍ରାମ ଅଥବା ମୁକ୍ତିନାଥ ନିକଟରେ ପ୍ରବାହିତ ଗଣ୍ଡକୀ ନଦୀରୁ ଉକ୍ତ ଶିଳା ଦୁଇଟିକୁ ସଂଗ୍ରହ କରାଯାଇଛି ବୋଲି ସେମାନେ କହିଛନ୍ତି।
ଫେବ୍ରୁଆରୀ ୨୧ରୁ ଆରମ୍ଭ ହେବ ବିଧାନସଭାର ବଜେଟ୍ ଅଧିବେଶନ । ଯାହା ମାର୍ଚ୍ଚ ୧ ପ୍ରଥମ ପର୍ଯ୍ୟାୟ ଅଧିବେଶନ ଚାଲିବ ।
ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କେନ୍ଦ୍ର ବଜେଟ୍ ୨୦୨୩କୁ ନେଇ ନରେନ୍ଦ୍ର ମୋଦୀ ସରକାର ଉପରେ ଆକ୍ରମଣ କରିଛନ୍ତି। ଆଗାମୀ ଲୋକସଭା ନିର୍ବାଚନ ସହିତ ବଜେଟ୍ ୨୦୨୩କୁ ଯୋଡି ମମତା ସରକାରଙ୍କୁ ଟାର୍ଗେଟ କରିଛନ୍ତି।