Loading...

ସ୍ବାମୀ ରିତେଶଙ୍କ ଠାରୁ ଅଲଗା ହେଲେ ଡ୍ରାମା କୁଇନ୍‌

ସ୍ବାମୀ ରିତେଶଙ୍କ ଠାରୁ ଅଲଗା ହେଲେ ଡ୍ରାମା କୁଇନ୍‌

ବଲିଉଡ୍‌ର ଡ୍ରାମା କୁଇନ୍ ଭାବରେ ଜଣାଶୁଣା ରାକ୍ଷୀ ସାୱନ୍ତଙ୍କ ଏକ ପୋଷ୍ଟ ସୋସିଆଲ ମିଡିଆରେ ଚର୍ଚ୍ଚା ହେଉଛି । ଯାହା ତାଙ୍କ ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କରିଛି।

ବଲିଉଡ୍‌ର ଡ୍ରାମା କୁଇନ୍ ଭାବରେ ଜଣାଶୁଣା ରାକ୍ଷୀ ସାୱନ୍ତଙ୍କ ଏକ  ପୋଷ୍ଟ ସୋସିଆଲ ମିଡିଆରେ ଚର୍ଚ୍ଚା ହେଉଛି । ଯାହା ତାଙ୍କ ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କରିଛି। ରାକ୍ଷୀ ସାୱନ୍ତ ସ୍ୱାମୀ ରିତେଶ ସିଂଙ୍କ ଠାରୁ ଅଲଗା ହେବାକୁ ନିଷ୍ପତ୍ତି ନେଇଛନ୍ତି। ସେ ତାଙ୍କର ସୋସିଆଲ ମିଡିଆ ପୋଷ୍ଟରେ ଏହି ସୂଚନା ଦେଇଛନ୍ତି। ପ୍ରଥମ ଥର ପାଇଁ ରାକ୍ଷୀ ସାୱନ୍ତ ସ୍ୱାମୀ ରିତେଶଙ୍କ ସହ ବିଗ୍ ବସ୍-୧୫ରେ ନଜର ଆସିଥିଲେ। ଏହା ପୂର୍ବରୁ ସମସ୍ତେ କେବଳ ରିତେଶଙ୍କ ବିଷୟରେ ଶୁଣିଥିଲେ। ହେଲେ କେବେ ଦେଖି ନଥିଲେ । ଉଭୟଙ୍କୁ ଶୋ’ରେ ଏକାଠି ରୋମାନ୍ସ କରୁଥିବା ମଧ୍ୟ ଦେଖିବାକୁ ମିଳିଥିଲା।

କିନ୍ତୁ ବର୍ତ୍ତମାନ ଦୁହେଁ ଅଲଗା ହୋଇ ଯାଇଛନ୍ତି। ଏନେଇ ଇନ୍‌ଷ୍ଟାଗ୍ରାମରେ ରାକ୍ଷୀ ନିଜେ ସୂଚନା ଦେଇଛନ୍ତି। ରାକ୍ଷୀ ତାଙ୍କ ପୋଷ୍ଟରେ ଲେଖିଛନ୍ତି କି- ପ୍ରିୟ ପ୍ରଶଂସକ ଏବଂ ଶୁଭେଚ୍ଛୁ, ମୁଁ କହିବାକୁ ଚାହେଁ ଯେ ରିତେଶ ଏବଂ ମୁଁ ଅଲଗା ହେବାକୁ ନିଷ୍ପତ୍ତି ନେଇଛୁ। ‘ବିଗ ବସ’ ଶୋ ପରେ ବହୁତ କିଛି ଘଟି ଯାଇଛି । ଏବଂ ମୁଁ କିଛି ଜିନିଷ ବିଷୟରେ ଜାଣି ନ ଥିଲି, ଯାହା ମୋ ନିୟନ୍ତ୍ରଣ ବାହାରେ ଥିଲା। ଆମେ ଆମର ମତଭେଦକୁ ଦୂର କରିବା ପାଇଁ ଚେଷ୍ଟା କରିଛୁ।

କିନ୍ତୁ ମୁଁ ଭାବୁଛି ଏହା ଭଲ ଯେ ଆମେ ଦୁହେଁ ଭଲ ଭାବରେ ଆଗକୁ ବଢିବୁ ଏବଂ ଆମେ ଦୁହେଁ ଅଲଗା ଅଲଗା ହୋଇ ଜୀବନକୁ ଉପଭୋଗ କରିବୁ। ସେ ଆହୁରି ମଧ୍ୟ ତାଙ୍କ ପୋଷ୍ଟରେ ଲେଖିଛନ୍ତି, ମୁଁ ପ୍ରକୃତରେ ଦୁଃଖିତ ଯେ ଭାଲେଣ୍ଟାଇନ୍ସ ଡେ ପୂର୍ବରୁ ଏହା ଘଟିଥଲା, ଯେଉଁଥିପାଇଁ ଏମିତି ନିଷ୍ପତ୍ତି ନେବାକୁ ପଡିଲା। ମୁଁ ରିତେଶଙ୍କୁ ଶୁଭକାମନା ଜଣାଉଛି, କିନ୍ତୁ ଜୀବନର ଏହି ପର୍ଯ୍ୟାୟରେ ମୋ ପାଇଁ ମୋର କାର୍ଯ୍ୟ ଏବଂ ମୋ ଜୀବନ ଉପରେ ଧ୍ୟାନ ଦେବାକୁ ପଡିବ। ନିଜକୁ ଖୁସି ଏବଂ ସୁସ୍ଥ ରଖିବାକୁ ପଡିବ। ମୋତେ ସବୁବେଳେ ବୁଝିଥିବା ଏବଂ ସମର୍ଥନ କରିଥିବାରୁ ଧନ୍ୟବାଦ!।

 

 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.