• Home
  • News
  • କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡଘଡି ସହ ପ୍ରବଳ ବର୍ଷା, ରାଜ୍ୟର ୧୫ଟି ଜିଲ୍ଲାକୁ ସତର୍କ ସୂଚନା !
News

କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡଘଡି ସହ ପ୍ରବଳ ବର୍ଷା, ରାଜ୍ୟର ୧୫ଟି ଜିଲ୍ଲାକୁ ସତର୍କ ସୂଚନା !

ପବନ ବେଗ ୫୦ରୁ ୬୦ କିଲୋମିଟର ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ

ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ଘଡଘଡି ସହ ପ୍ରବଳ ବର୍ଷା । ରାଜଧାନୀ ଭୁବନେଶ୍ୱର ଓ କଟକରେ ପ୍ରବଳ ବର୍ଷା ହୋଇଥିବା ଜଣାପଡିଛି । କାଳ ବୈଶାଖୀ ପ୍ରଭାବରେ ବଜ୍ରପାତ ସହ କୁଆପଥର ବର୍ଷା ହେବା । ଏହି ସମୟରେ ପବନ ବେଗ ୫୦ରୁ ୬୦ କିଲୋମିଟର ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

ଢେଙ୍କାନାଳ, ଅନୁଗୁଳ, ମୟୂରଭଂଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ପୁରୀ, ନୟାଗଡ଼, ବୌଦ୍ଧ, ସୁବର୍ଣ୍ଣପୁର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାବାସୀଙ୍କ ପାଇଁ ସତର୍କତା ଜାରି କରିଛି ପାଣିପାଗ ବିଭାଗ।

ଉପକୂଳବର୍ତୀ ଅଂଚଳ କଟକ ଭୁବନେଶ୍ୱର ଓ ଜଗତସିଂହପୁରରେ କାଳବୈଶାଖୀ ବର୍ଷା । ବର୍ଷା ସହ ଘଡିଘଡି ଓ ବିଜୁଳ ମାରିବା ଫଳରେ ଅନେକ ସ୍ଥାନରେ ବିଦ୍ୟୁତ ସରବରାହ ଠପ୍ ହୋଇଯାଇଛି । ଏହି ପାଗ ଆହୁରି କିଛି ଘଂଟା ରହିବ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛ । ଆଜି ଦିନ ୧୧.୩୦ ପର୍ଯ୍ୟନ୍ତ ସତର୍କ ରହିବାକୁ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି ।

ଆଜି ସକାଳୁ ପାଗ କୋହଳା ରହିଥିବା ବେଳେ ଘଡଘଡି ସହ ବର୍ଷା ଆରମ୍ଭ ହୋଇଛି । ଆସନ୍ତା ୨୪ ଘଂଟା ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡଘଡି ସହ ପ୍ରବଳ ବର୍ଷା, ରାଜ୍ୟର ୧୫ଟି ଜିଲ୍ଲାକୁ ସତର୍କ ସୂଚନା ! barsa

ପଢନ୍ତୁ ;

ବିଶିଷ୍ଟ ଶିଳ୍ପପତି ବଂଶୀଧର ପଣ୍ଡାଙ୍କ ପରଲୋକ

Related posts

ନିର୍ମାଣାଧୀନ ବୋମିଖାଲ ଓଭରବ୍ରିଜ୍ ଭୁଶୁଡ଼ିବା ଘଟଣାରେ ପଣ୍ଡା ଇନଫ୍ରା ସଂସ୍ଥା ମାଲିକ ପ୍ରତାପ କିଶୋର ପଣ୍ଡା ଙ୍କ ଆତ୍ମସମର୍ପଣ

Krishna Kumar Manoj

The Swine Flu Death Toll Rises to 44, 2 More Deaths Reported Today

Krishna Kumar Manoj

ବରିଷ୍ଠ ସାମ୍ବାଦିକ ସତ୍ୟପ୍ରକାଶ ନାୟକ ଯୋଗଦେଲେ କଂଗ୍ରେସର ମିଶ୍ରଣ ପର୍ବରେ

Jitendra

1 comment

Leave a Comment

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More