Loading...

ଋଷ-ୟୁକ୍ରେନ ମଧ୍ୟରେ ଚାଲିଥିବା ବିବାଦ ଆଜି ଯୁଦ୍ଧର ରୂପ ନେଇଛି

ଋଷ-ୟୁକ୍ରେନ ମଧ୍ୟରେ ଚାଲିଥିବା ବିବାଦ ଆଜି ଯୁଦ୍ଧର ରୂପ ନେଇଛି

ଆରମ୍ଭ ହେଲା ଯୁଦ୍ଧ । ଋଷ-ୟୁକ୍ରେନ ମଧ୍ୟରେ ଚାଲିଥିବା ବିବାଦ ଆଜି ଯୁଦ୍ଧର ରୂପ ନେଇଛି । ୟୁକ୍ରେନ ବିପକ୍ଷରେ ସେନା ଅପରେସନ ପାଇଁ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ନିର୍ଦ୍ଦେଶ ଦେଇଛନ୍ତି ।

ଆରମ୍ଭ ହେଲା ଯୁଦ୍ଧ । ଋଷ-ୟୁକ୍ରେନ ମଧ୍ୟରେ ଚାଲିଥିବା ବିବାଦ ଆଜି ଯୁଦ୍ଧର ରୂପ ନେଇଛି । ୟୁକ୍ରେନ ବିପକ୍ଷରେ ସେନା ଅପରେସନ ପାଇଁ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ନିର୍ଦ୍ଦେଶ ଦେଇଛନ୍ତି । ସେନା ଅପରେସନ ନେଇ ଆନ୍ତର୍ଜାତୀୟ ଗଣମାଧ୍ୟମ ସୂତ୍ରରୁ ସୂଚନା । ଭ୍ଲାଦିମିର ପୁଟିନ କହିଛନ୍ତି ଯେ ଋଷ ପୂର୍ବ ୟୁକ୍ରେନରେ ସାମରିକ ଅପରେସନ କରିବ । ଏହା ସହ ପୁଟିନ୍ ଚେତାବନୀ ଦେଇଛନ୍ତି ଯେ ଋଷର କାର୍ଯ୍ୟରେ ଯେକୌଣସି ଦେଶ ହସ୍ତକ୍ଷେପ କରିବେ ତାହାଲେ ତାହାର ପରିଣାମ ଭୟଙ୍କର ହେବ । ଏହା ସହ ପୁଟିନ୍ ୟୁକ୍ରେନ ସେନାଙ୍କୁ ଆତ୍ମସମର୍ପଣ କରି ଘରକୁ ଯିବାକୁ ଆହ୍ୱାନ କରିଛନ୍ତି ।ୟୁକ୍ରେନ୍ ରାଜଧାନୀ ସମେତ ୧୩ଟି ସ୍ଥାନରେ ଋଷ ଆକ୍ରମଣ କରିଥିବା ଜାତୀୟ ଗଣମାଧ୍ୟମରୁ ସୂଚନା ମିଳିଛି । କିବ, ଖାରକିବ ସମେତ ୧୩ଟି ବଡ ସହର ଉପରେ ଆକ୍ରମଣ କରିଛି ଋଷ ।ମିଳିଥିବା ସୂଚନା ଅନୁସାରେ, ମିଜାଇଲ୍ ଏବଂ ମାନବ ବିହିନ ଡ୍ରୋନ୍ ଜରିଆରେ ପ୍ରଥମେ ୟୁକ୍ରେନ ୧୩ଟି ସ୍ଥାନ ଉପରେ ଆକ୍ରମଣ କରିଛି ଋଷ । ସେପଟେ ବ୍ଲାକ୍ ସି’ରେ ଋଷ ନୌସେନା ଅପରେସନ୍ ଆରମ୍ଭ କରିଥିବା ସୂଚନାରୁ ଜଣାପଡିଛି ।


 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.