୩ ମାସ ବଢିଲା ମାଗଣାରେ ଆଧାର ବିବରଣୀ ଅପ୍ଡେଟ୍
ଯେଉଁମାନଙ୍କ ପାଖରେ ୧୦ ବର୍ଷରୁ ଅଧିକ ପୁରୁଣା ଆଧାର କାର୍ଡ ରହିଛି ତାହାର ବିବରଣୀକୁ ଅପ୍ଡେଟ୍ କରାଇବା ଲାଗି ୟୁଆଇଡିଏଆଇ ପକ୍ଷରୁ ଲୋକମାନଙ୍କୁ ଆହ୍ବାନ ଦିଆଯାଇଛି।
Loading...
ସରିଲା ପ୍ରଥମ ପର୍ଯ୍ୟାୟ ଭୋଟ । ଶୁକ୍ରବାର ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ପଞ୍ଚାୟତ ଭୋଟ୍ । ଭୋଟ୍ ପରିଚଳାନା ପାଇଁ ବୁଥ୍ ଅଭିମୁଖେ ପୁଲିଂ ପାର୍ଟି ।
ସରିଲା ପ୍ରଥମ ପର୍ଯ୍ୟାୟ ଭୋଟ । ଶୁକ୍ରବାର ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ପଞ୍ଚାୟତ ଭୋଟ୍ । ଭୋଟ୍ ପରିଚଳାନା ପାଇଁ ବୁଥ୍ ଅଭିମୁଖେ ପୁଲିଂ ପାର୍ଟି । ଭୋଟ ଗ୍ରହଣ ପାଇଁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି।ଆସନ୍ତାକାଲି କୋରାପୁଟ ଜିଲ୍ଲା ପଟ୍ଟାଙ୍ଗୀ ବ୍ଲକ୍ ଜୋନ୍-୧ ଜିଲ୍ଲା ପରିଷଦ ପାଇଁ ଭୋଟ୍ ଗ୍ରହଣ ହେବ । ଯେଉଁଥିରେ କୋଟିଆ ପଞ୍ଚାୟତ ମଧ୍ୟ ସାମିଲ ରହିଛି । କୋଟିଆ ପଞ୍ଚାୟତର ୧୩ଟି ବୁଥ୍ରେ ୫, ୭୯୦ ଭୋଟର୍ ମତଦାନ କରିବେ । ଏପଟେ ଗତକାଲି ଶେଷ ହୋଇଥିବା ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ପ୍ରାୟ ୭୦ ପ୍ରତିଶତ ମତଦାନ ହୋଇଛି । ସମସ୍ତ ୩୦ ଜିଲ୍ଲାର ମୋଟ୍ ୭୧ଟି ବ୍ଲକ୍ର ୨୦୦ ଜିଲ୍ଲା ପରିଷଦ ଜୋନ୍ ଲାଗି ଗତକାଲି ମତଗ୍ରହଣ ହୋଇଥିଲା ।
ଖବର ଅନୁଯାୟୀ, ଦ୍ବିତୀୟ ପର୍ଯ୍ୟାୟରେ ୩୦ ଜିଲ୍ଲାର ୬୮ ଟି ବ୍ଲକ୍ ର ୧୮୬ ଜିଲ୍ଲା ପରିଷଦ ଜୋନ୍ ରେ ମତଦାନ ହେବ। ଦ୍ବିତୀୟ ପର୍ଯ୍ୟାୟରେ ୬୨ ଲକ୍ଷ ୧୦ ହଜାର ୯୩୮ ମତଦାତା ମତଦାନ ସବ୍ୟସ୍ତ କରିବେ। ମତଦାନ ପାଇଁ ମୋଟ ୧୦ହଜାର ୪୩୬ ପୋଲିଂ ବୁଥ୍ କରାଯାଇଛି । ଅବାଧ, ମୁକ୍ତ, ନିରପେକ୍ଷ ଏବଂ ସୁରକ୍ଷାର ସହ ମତଦାନ ସବ୍ୟସ୍ତ କରିବା ପାଇଁ ସମସ୍ତ ବ୍ୟବସ୍ଥା କରିଛନ୍ତି ରାଜ୍ୟ ନିର୍ବାଚନ କମିଶନ। ତେବେ ଶୁକ୍ରବାର ସକାଳ ୭ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଭୋଟ୍ ପୂର୍ବରୁ ଅନ୍ଧାରୀ ବିଜେର ନଜିର୍ ପୂର୍ବରୁ ଥିବାରୁ ଜିଲ୍ଲାପାଳମାନେ କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ବାଚନ କମିଶନଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଅନ୍ଧାରୀ ବିଜେ ଉପରେ ନଜର ରଖିବାକୁ ନିର୍ଦ୍ଦେଶ ଦିଆଯଇଛି ।
Shakespeare, in the beautiful garden, among the party. Some of the hall: in fact she was ever to.
ଯେଉଁମାନଙ୍କ ପାଖରେ ୧୦ ବର୍ଷରୁ ଅଧିକ ପୁରୁଣା ଆଧାର କାର୍ଡ ରହିଛି ତାହାର ବିବରଣୀକୁ ଅପ୍ଡେଟ୍ କରାଇବା ଲାଗି ୟୁଆଇଡିଏଆଇ ପକ୍ଷରୁ ଲୋକମାନଙ୍କୁ ଆହ୍ବାନ ଦିଆଯାଇଛି।
‘ପ୍ରବର୍ତ୍ତନ ନିର୍ଦେଶାଳୟ’ ତରଫରୁ ‘ଇଣ୍ଟର୍ପୋଲ୍’ ଜାରି କରିଥିବା ‘ରେଡ୍ ନୋଟିସ୍’ ଆଧାରରେ ‘ମହାଦେବ ଅନ୍ଲାଇନ୍ ବେଟିଙ୍ଗ୍ ଆପ୍’ର ୨ଜଣ ମୁଖ୍ୟ ମାଲିକଙ୍କ ମଧ୍ୟରେ ଅନ୍ୟତମ ରବି ଉପ୍ପଲଙ୍କୁ ଦୁବାଇରେ ସ୍ଥାନୀୟ ପୁଲିସ ଅଟକ ରଖିଥିବା କଥା ଆଜି ସରକାରୀ ଅଧିକାରୀମାନେ କହିଛନ୍ତି।
ଧନୁ ସଂକ୍ରାନ୍ତିଠାରୁ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ପୌଷ ମାସ ଉପଲକ୍ଷେ ସର୍ବସାଧାରଣଙ୍କୁ ସକାଳୁ ମିଳିବ ଅବଢ଼ା। ଏହାସହ ମନ୍ଦିରରେ ଭୋର୍ ୫ଟାରେ ମଙ୍ଗଳ ଆଳତି, ସାଢ଼େ ୫ଟାରେ ହୋମ, ୬ଟାରେ ମହାସ୍ନାନ କରାଯାଇ ସକାଳ ୭ଟାରେ ସକାଳ ଧୂପ ସମାପନ ହେବାନେଇ ସୂଚନା ଦେଇଛି ପ୍ରଶାସନ।