ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ଉଚ୍ଚଶିକ୍ଷାରେ ଛାତ୍ରଛାତ୍ରୀ ଏକକାଳୀନ ଦୁଇଟି ଡିଗ୍ରି ହାସଲ କରିପାରିବେ ବୋଲି ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ମାର୍ଗଦର୍ଶିକା ଜାରି କରିଛନ୍ତି।
ଉଚ୍ଚଶିକ୍ଷାରେ ଛାତ୍ରଛାତ୍ରୀ ଏକକାଳୀନ ଦୁଇଟି ଡିଗ୍ରି ହାସଲ କରିପାରିବେ ବୋଲି ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ମାର୍ଗଦର୍ଶିକା ଜାରି କରିଛନ୍ତି। ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଏ ସଂକ୍ରାନ୍ତରେ ନିଷ୍ପତ୍ତି ନେଉ ନ ଥିବାରୁ ଛାତ୍ରଛାତ୍ରୀମାନେ ଏହି ସୁଯୋଗରୁ ବଞ୍ଚିତ ହୋଇଛନ୍ତି।ୟୁଜିସିର ନିଷ୍ପତ୍ତି ଅନୁଯାୟୀ ଡିପ୍ଲୋମା, ସ୍ନାତକ(ୟୁଜି) ଓ ସ୍ନାତକୋତ୍ତର(ପିଜି)ରେ ଏକକାଳୀନ ଦ୍ୱୈତ ଡ଼ିଗ୍ରୀ ବ୍ୟବସ୍ଥା ଲାଗୁ ହୋଇପାରିବ। ଆକାଂକ୍ଷୀ ଛାତ୍ରଛାତ୍ରୀମାନେ ଏକ ସମୟରେ ଦୁଇଟି ପାଠ୍ୟକ୍ରମରେ ଶିକ୍ଷାଲାଭ କରିପାରିବେ। ଏପରିକି ନିୟମିତ ଭାବରେ ଏହି ଶିକ୍ଷା ଲାଭ ମଧ୍ୟ କରାଯାଇପାରିବ ବୋଲି କୁହାଗଲା। ଦୁଇଟି ରେଗୁଲାର୍ ପାଠ୍ୟକ୍ରମ ପାଇଁ ଅଲଗା ଅଲଗା କ୍ଲାସ ସମୟ ଅର୍ଥାତ ଗୋଟିଏ କୋର୍ସ ପାଇଁ ସକାଳ ସମୟରେ କ୍ଲାସ ହେଉଥିଲେ ଅନ୍ୟଟି ସଂଧ୍ୟା ସମୟରେ ହେବା ଜରୁରୀ। ଅନଲାଇନ୍ ଓ ଦୂର ନିରନ୍ତର ପାଇଁ ସମୟର ପ୍ରତିବନ୍ଧକ ରହିବ ନାହିଁ। ଡିପ୍ଲୋମା, ୟୁଜି ଓ ପିଜି ଆଦି ଡିଗ୍ରୀସ୍ତରରେ ଏହି ବ୍ୟବସ୍ଥା ଲାଗୁ ହେବାକୁ ଥିବାବେଳେ ଏମଫିଲ୍ ଓ ପିଏଚ୍ଡିରେ ଦ୍ୱୈତ ଡିଗ୍ରି ବ୍ୟବସ୍ଥା ଲାଗୁ ହେବ ନାହିଁ ବୋଲି ୟୁଜିସି ପକ୍ଷରୁ କୁହାଯାଇଥିଲା।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।