ଆଭ୍ୟନ୍ତରୀଣ ଜିଲ୍ଲାରେ ୪୦ ଡିଗ୍ରୀ ଛୁଇଁବ ପାରଦ
ଆସନ୍ତା ୧୪ରୁ ୧୭ ତାରିଖ ମଧ୍ୟରେ ରାଜ୍ୟରେ ସାମୁଦ୍ରିକ ପବନ ବିଶେଷ ବହିବାର ସମ୍ଭାବନା ନାହିଁ । ଉତ୍ତର-ପଶ୍ଚିମ ଦିଗରୁ ତତଲା ପବନ ବହିବ । ଫଳରେ ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ୪୦ ଡିଗ୍ରୀ ସେଲସିୟସ୍ ଛୁଇଁବା ସହିତ ସାରା ରାଜ୍ୟରେ ମଧ୍ୟ ତାତି ଅନୁଭୂତ ହେବ।