Loading...

ଉତ୍କେଲାରୁ ଆଜି ଉଡ଼ିବ ବିମାନ, ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଉତ୍କେଲାରୁ ଆଜି ଉଡ଼ିବ ବିମାନ, ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ଉତ୍କେଲା ବିମାନ ବନ୍ଦରରୁ ଗୁରୁବାର ବିମାନ ଉଡ଼ିବ । ଦିନ ୧୦ଟା ୩୦ରେ ବିମାନ ବନ୍ଦର ଉଦଘାଟନ ହେବାକୁ ଥିବା ବେଳେ ଭୁବନେଶ୍ୱର ବିମାନ ବନ୍ଦରରେ ସବୁଜ ପତାକା ଦେଖାଇ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ଉତ୍କେଲା ବିମାନ ବନ୍ଦରରୁ ଗୁରୁବାର ବିମାନ ଉଡ଼ିବ । ଦିନ ୧୦ଟା ୩୦ରେ ବିମାନ ବନ୍ଦର ଉଦଘାଟନ ହେବାକୁ ଥିବା ବେଳେ ଭୁବନେଶ୍ୱର ବିମାନ ବନ୍ଦରରେ ସବୁଜ ପତାକା ଦେଖାଇ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ଗ୍ୱାଲିୟରରୁ ଏହାର ଆରମ୍ଭ କରିବାକୁ ଥିବା ବେଳେ ଭୁବନେଶ୍ୱର ବିମାନବନ୍ଦରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ପତାକା ଦେଖାଇ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଥିବା ସୂଚନା ରହିଛି। ସେହିପରି ଉତ୍କେଲା ବିମାନ ବନ୍ଦରରେ ରାଜ୍ୟ ବାଣିଜ୍ୟ ପରିବହନ ମନ୍ତ୍ରୀ ଟୁକୁନୀ ସାହୁ ଏବଂ କଳାହାଣ୍ଡି ସାଂସଦ ବସନ୍ତ ପଣ୍ଡା ଉପସ୍ଥିତ ରହିବାର କାର୍ଯ୍ୟକ୍ରମ ରହିଛି। 

ସୂଚନାନୁସାରେ, ୯ଟି ସିଟ ବିଶିଷ୍ଟ ଇଣ୍ଡିଆ ୱାନ ବିମାନରେ ଯାତ୍ରୀ ଯାତାୟତ କରିବେ । ଏଥିପାଇଁ ଟିକେଟର ଦାମ ୯୯୯ ଟଙ୍କା । ବିମାନ ଚଳାଚଳ ଦ୍ବାରା ମାତ୍ର ଘଣ୍ଟେ ଦଶ ମିନିଟରେ ଭୁବନେଶ୍ବରରୁ କଳାହାଣ୍ଡି ପହଞ୍ଚିବେ । ଗତ ୭ରେ ଡିଜିସିଏ ପକ୍ଷରୁ ଉତ୍କେଲା ବିମାନବନ୍ଦରକୁ ଲାଇସେନ୍ସ ମିଳିଛି । ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ପାଇଁ ସରକାରଙ୍କ ଏ ପଦକ୍ଷେପ ଯୋଗାଯୋଗ କ୍ଷେତ୍ରରେ ଏକ ମାଇଲ ଖୁଣ୍ଟ ସ୍ଥାପନ କରିଛି ।ର, 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.