Loading...

ଆଜିଠାରୁ ବଦଳିବ ପାଗ, ୪ ଦିନ କାଳବୈଶାଖୀରେ ଭିଜିବ ଓଡିଶା

ଆଜିଠାରୁ ବଦଳିବ ପାଗ, ୪ ଦିନ କାଳବୈଶାଖୀରେ ଭିଜିବ ଓଡିଶା

ରାଜ୍ୟରେ ଆଜିଠୁ ବଦଳିବ ପାଗ। ଉପକୂଳ ସମେତ ଦକ୍ଷିଣ ଓଡ଼ିଶାକୁ ମିଳିବ ଆଶ୍ବସ୍ତି । କାଳବୈଶାଖୀ ପାଇଁ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ଖସିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

ରାଜ୍ୟରେ ଆଜିଠୁ ବଦଳିବ ପାଗ। ଉପକୂଳ ସମେତ ଦକ୍ଷିଣ ଓଡ଼ିଶାକୁ ମିଳିବ ଆଶ୍ବସ୍ତି । କାଳବୈଶାଖୀ ପାଇଁ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ଖସିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।ଆଜିଠୁ ୪ ଦିନ ଧରି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ କାଳବୈଶାଖୀ ବର୍ଷାର ସମ୍ଭାବନା ନେଇ ସୂଚନାଦେଇଛି ପାଣିପାଗବିଭାଗ ।

ର୍ତ୍ତମାନର ପାଣିପାଗ ନିୟାମକ ଅନୁଯାୟୀ, ଆଗାମୀ ୨୪ ଘଣ୍ଟାରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ରହିଛି । ଆଜି ୧୯ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, ଗଂଜାମ ଓ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ସେହିପରି ପୁରୀ, ଖୋର୍ଦ୍ଧା,ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଏବଂ ମୟୂରଭଂଜ ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି ।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.