Loading...

ଆଜିଠୁ ରାଜ୍ୟରେ କମିବ ବର୍ଷାର ପରିମାଣ

ଆଜିଠୁ ରାଜ୍ୟରେ କମିବ ବର୍ଷାର ପରିମାଣ

ପଶ୍ଚିମବଙ୍ଗର ପଶ୍ଚିମ ଭାଗରେ ସକ୍ରିୟ ରହିଥିବା ଲଘୁଚାପର ପ୍ରଭାବ ରାଜ୍ୟ ଉପରୁ କମୁଥିବାରୁ ବର୍ଷାର ପରିମାଣ ଧୀରେ ଧୀରେ କମିବ।

ପଶ୍ଚିମବଙ୍ଗର ପଶ୍ଚିମ ଭାଗରେ ସକ୍ରିୟ ରହିଥିବା ଲଘୁଚାପର ପ୍ରଭାବ ରାଜ୍ୟ ଉପରୁ କମୁଥିବାରୁ ବର୍ଷାର ପରିମାଣ ଧୀରେ ଧୀରେ କମିବ। ଗୁରୁବାର ପୂର୍ବାହ୍ନ ସୁଦ୍ଧା ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତ୍‌ସିଂହପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଉଭୟ ବିସ୍ତୃତି ଓ ପରିମାଣରେ ଦୃଷ୍ଟାନ୍ତମୂଳକ ଭାବେ କମିବାର ସମ୍ଭାବନା ରହିଛି। ଏହାପରେ ବର୍ଷା ପରିମାଣ ହ୍ରାସ ପାଇବ। କାଁ ଭାଁ ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ବିଜୁଳି ସହ ହାଲୁକା ବର୍ଷା ହୋଇପାରେ। ନ ହେଲେ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

 

ସୂଚନାରୁ ପ୍ରକାଶ, ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ଅଧିକାଂଶ ଜିଲ୍ଲାରେ ବର୍ଷା ଲାଗି ରହିଥିଲା। ତେବେ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଥିଲା। ଯେଉଁଥିପାଇଁ ଜୀବନ ଯାତ୍ରା ପ୍ରଭାବିତ ହୋଇଥିଲା। ଅନେକ ତଳିଆ ଅଞ୍ଚଳ ଜଳମଗ୍ନ ହୋଇଥିବା ଦେଖିବାକୁ ମିଳିଥିଲା। ବିପଦ ସଂକେତ ଉପରେ ବୈତରଣୀ ଓ ଜଳକା ନଦୀ ପ୍ରବାହିତ ହେଉଛି।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.