ସକ୍ରିୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ଆହୁରି ୨ ଦିନ ପ୍ରବଳ ବର୍ଷା ହେବାନେଇ ସୂଚନା ଦେଇଛି ପାଣିପାଗ ବିଭାଗ। ଆସନ୍ତାକାଲିଠୁ ବଦଳିବ ପାଗ ବର୍ତ୍ତମାନ ରାଜ୍ୟରେ ୨ ପ୍ରକାରର ନିୟାମକ ସକ୍ରିୟ ରହିଛି । ଗୋଟିଏ ନିମ୍ନଚାପ ରେଖା ଓ ସକ୍ରିୟ ଲଘୁଚାପ । ଯାହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।
ସୂଚନାନୁସାରେ, ଆଜି(ମଙ୍ଗଳବାର) ରାଜ୍ୟରେ ବର୍ଷାର ପରିମାଣ କମିବ। ତଥାପି ୧୧ ଜିଲ୍ଲାର କିଛି କିଛି ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ସୁବର୍ଣ୍ଣପୁର, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ମୟୂରଭଞ୍ଜ ଓ ବାଲେଶ୍ବର ଆଦି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ୨୮ ତାରିଖ ଦିନ ମଧ୍ୟ ରାଜ୍ୟର କିଛି ସ୍ଥାନ ଯଥା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।