Loading...

ଆଜି ଭାରତ-ଅଷ୍ଟ୍ରେଲିଆ ଫାଇନାଲ ମ୍ଯାଚ ଦେଖିବେ ମୋଦୀ ଓ ଆନ୍ଥୋନୀ ଏଲବନିଜ

ଆଜି ଭାରତ-ଅଷ୍ଟ୍ରେଲିଆ ଫାଇନାଲ ମ୍ଯାଚ ଦେଖିବେ ମୋଦୀ ଓ ଆନ୍ଥୋନୀ ଏଲବନିଜ

ବର୍ଡର ଗାଭାସ୍କର ଟ୍ରଫି ଟେଷ୍ଟ ସିରିଜର ଅନ୍ତିମ ତଥା ନିର୍ଣ୍ଣାୟକ ମ୍ୟାଚ ଅହମ୍ମଦାବାଦରେ ଖେଳାଯିବ ।ସକାଳ ୯ ଟା ୩୦ ମିନିଟରେ ଖେଳ ଆରମ୍ଭ ହେବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆନ୍ଥୋନୀ ଏଲବନିଜ ଟସ୍ ପଡ଼ିବା ସମୟରେ ପଡ଼ିଆରେ ଉପସ୍ଥିତ ରହିବେ ।

ବର୍ଡର ଗାଭାସ୍କର ଟ୍ରଫି ଟେଷ୍ଟ ସିରିଜର ଅନ୍ତିମ ତଥା ନିର୍ଣ୍ଣାୟକ ମ୍ୟାଚ ଅହମ୍ମଦାବାଦରେ ଖେଳାଯିବ । ସକାଳ ୯ ଟା ୩୦ ମିନିଟରେ ଖେଳ ଆରମ୍ଭ ହେବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆନ୍ଥୋନୀ ଏଲବନିଜ ଟସ୍ ପଡ଼ିବା ସମୟରେ ପଡ଼ିଆରେ ଉପସ୍ଥିତ ରହିବେ । ସେମାନେ ମ୍ୟାଚ୍ ସମୟରେ କମେଣ୍ଟ୍ରୀ ମଧ୍ୟ କରି ପାରନ୍ତି ।   ୪ ଦିନିଆ ଭାରତ ଗସ୍ତରେ ଆସିଛନ୍ତି ଆଲବାନିସ୍ । ଗୁଜରାଟରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲ ବିମାନବନ୍ଦରରେ ତାଙ୍କୁ ସ୍ୱାଗତ କରିଥିଲେ । ଏହା ପରେ ହୋଲି କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ । ରାଜଭବନରେ ରାତ୍ରୀଯାପନ କରିଥିଲେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ । 

ସୂଚନାଯୋଗ୍ୟ, ଆଜିଠୁ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚତୁର୍ଥ ତଥା ଶେଷ ଟେଷ୍ଟ ମ୍ୟାଚ ଖେଳାଯିବ । ୪ ମ୍ୟାଚ ବିଶିଷ୍ଟ ଏହି ସିରିଜରେ ପୂର୍ବରୁ ଭାରତ ଦୁଇଟି ଜିତିଥିବା ବେଳେ ଅଷ୍ଟ୍ରେଲିଆ ଗୋଟିଏ ମ୍ୟାଚ ଜିତିଛି । ତେଣୁ ଏହି ମ୍ୟାଚ ଜିତି ସିରିଜ କବଜା କରିବା ଲକ୍ଷ୍ୟରେ ଅଛି ଟିମ୍ ଇଣ୍ଡିଆ । 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.