ଆଜିଠୁ ରାଜ୍ୟରେ କମିବ ବର୍ଷାର ପରିମାଣ
ପଶ୍ଚିମବଙ୍ଗର ପଶ୍ଚିମ ଭାଗରେ ସକ୍ରିୟ ରହିଥିବା ଲଘୁଚାପର ପ୍ରଭାବ ରାଜ୍ୟ ଉପରୁ କମୁଥିବାରୁ ବର୍ଷାର ପରିମାଣ ଧୀରେ ଧୀରେ କମିବ।
Loading...
ଆଜି ମହାପ୍ରଭୁଙ୍କ ଭଉଁରୀ ଯାତ୍ରା ଅବସରରେ ଶ୍ରୀକ୍ଷେତ୍ରରେ ସମ୍ପନ୍ନ ହେବ ତିନି ରଥର ଚକ ଅଖ ଡେରା ନୀତି । ସକାଳ ଧୂପ ପରେ ଶ୍ରୀମନ୍ଦିରରୁ ପୂଜାପଣ୍ଡା ସେବକମାନେ ଶ୍ରୀଜୀଉଙ୍କ ଆଜ୍ଞାମାଳ ଧରି ରଥ ଖଳାକୁ ବିଜେ କରିବା ପରେ ତିନି ରଥର ଦୁଇଟି ଲେଖାଏଁ ଚକ ସହ ଗୋଟିଏ ଲେଖାଏଁ ଅଖ ଡେରା ଯିବ ।
ଆଜି ମହାପ୍ରଭୁଙ୍କ ଭଉଁରୀ ଯାତ୍ରା ଅବସରରେ ଶ୍ରୀକ୍ଷେତ୍ରରେ ସମ୍ପନ୍ନ ହେବ ତିନି ରଥର ଚକ ଅଖ ଡେରା ନୀତି । ସକାଳ ଧୂପ ପରେ ଶ୍ରୀମନ୍ଦିରରୁ ପୂଜାପଣ୍ଡା ସେବକମାନେ ଶ୍ରୀଜୀଉଙ୍କ ଆଜ୍ଞାମାଳ ଧରି ରଥ ଖଳାକୁ ବିଜେ କରିବା ପରେ ତିନି ରଥର ଦୁଇଟି ଲେଖାଏଁ ଚକ ସହ ଗୋଟିଏ ଲେଖାଏଁ ଅଖ ଡେରା ଯିବ । ଏଥିପାଇଁ ବିଶ୍ଵକର୍ମା ମହାରଣାମାନେ ୬ ଟି ନାହାକ ଚକ ଓ ତିନୋଟି ଅଖ ପ୍ରସ୍ତୁତ କରି ରଖିଛନ୍ତି। ଶ୍ରୀମନ୍ଦିରରେ ସକାଳ ଧୂପ ବଢିବା ପରେ ତିନିବାଡର ପୂଜାପଣ୍ଡା ସେବାୟତମାନେ ମହାପ୍ରଭୁଙ୍କ ଆଜ୍ଞାମାଳ ଧରି ରଥଖଳାକୁ ଆସିବେ । ସେଠାରେ ଭୋଇ ସେବକମାନେ ଚକ ଅଖ ଡେରା କାର୍ଯ୍ୟ ସମ୍ପନ୍ନ କାର୍ଯ୍ୟ ସାରିବା ପରେ ତିନି ରଥର ମୁଖ୍ୟ ବିଶ୍ଵକର୍ମାଙ୍କୁ ପୂଜାପଣ୍ଡା ସେବାୟତମାନେ ଆଜ୍ଞାମାଳ ପ୍ରଦାନ କରିବେ। ଏହାପରେ ରଥ ନିର୍ମାଣ କାର୍ଯ୍ୟ ଦ୍ରୁତ ଗତିରେ ଆଗେଇ ଚାଲିବ ବୋଲି କହିଛନ୍ତି ମୁଖ୍ୟ ବିଶ୍ଵକର୍ମା ।
ଶ୍ରୀକ୍ଷେତ୍ର ଭଉଁରୀ ଅବସରରେ ପ୍ରବଳ ଭକ୍ତଙ୍କ ସମାଗମ ହେବାକୁ ଥିବାରୁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଶ୍ରୀମନ୍ଦିର ଠାରୁ ରଥଖଳା ପର୍ଯ୍ୟନ୍ତ ସୁରକ୍ଷା ଦାୟିତ୍ବରେ ଜଣେ ଅତିରିକ୍ତ ଏସପି , ୨ ଜଣ ଡିଏସପି , ୩ ଜଣ ଆଇଆଇସିଙ୍କ ସହ ୩ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ ବୋଲି କହିଛନ୍ତି ଏସପି।
Shakespeare, in the beautiful garden, among the party. Some of the hall: in fact she was ever to.
ପଶ୍ଚିମବଙ୍ଗର ପଶ୍ଚିମ ଭାଗରେ ସକ୍ରିୟ ରହିଥିବା ଲଘୁଚାପର ପ୍ରଭାବ ରାଜ୍ୟ ଉପରୁ କମୁଥିବାରୁ ବର୍ଷାର ପରିମାଣ ଧୀରେ ଧୀରେ କମିବ।
ଗତକାଲି କିଶୋରନଗର ବରପଡ଼ିଆରେ ଓଡ଼ିଶା ସମ୍ରାଟର ଯାତ୍ରା ଚାଲିଥିଲା। ଯାତ୍ରା ଦେଖିବା ପାଇଁ ଲୋକଙ୍କ ଖଚାଖଚ ଭିଡ଼ ଜମିଥିଲା।
ସୌରୀନ ଦୀର୍ଘ ଦିନ ଧରି ଧରା ଛୁଆଁ ନେଦେବାରୁ ଏହି ପଦକ୍ଷେପ ଗ୍ରହଣ କଲା ପୁଲିସ ।