Loading...

ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୫ ତମ ଶ୍ରାଦ୍ଧ ଦିବସ

ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୫ ତମ ଶ୍ରାଦ୍ଧ ଦିବସ

ଆଜି ପ୍ରବାଦ ପୁରୁଷ, ମହାନ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ୨୫ ତମ ଶ୍ରାଦ୍ଧ ଦିବସ । ପୁଣ୍ୟତିଥିରେ ରାଜ୍ୟବାସୀଙ୍କ ସେବା ଉଦ୍ଦେଶ୍ୟରେ ନିଜକୁ ଉତ୍ସର୍ଗ କରିବେ ବିଜେଡି ନେତା ଓ କର୍ମୀ । ଏହା ହିଁ ବିଜୁ ବାବୁଙ୍କ ପ୍ରତି ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଆଜି ପ୍ରବାଦ ପୁରୁଷ, ମହାନ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ୨୫ ତମ ଶ୍ରାଦ୍ଧ ଦିବସ । ପୁଣ୍ୟତିଥିରେ ରାଜ୍ୟବାସୀଙ୍କ ସେବା ଉଦ୍ଦେଶ୍ୟରେ ନିଜକୁ ଉତ୍ସର୍ଗ କରିବେ ବିଜେଡି ନେତା ଓ କର୍ମୀ । ଏହା ହିଁ ବିଜୁ ବାବୁଙ୍କ ପ୍ରତି ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ସାରା ରାଜ୍ୟରେ ନିରାଡମ୍ବର ଭାବେ ବିଜୁ ବାବୁଙ୍କ ତିରୋଧାନ ଦିବସ ପାଳନ କରାଯାଉଛି ।ସମସ୍ତ ନିର୍ବାଚନ ମଣ୍ଡଳୀରେ ସକାଳ ୬ଟା ୩୦ରେ ତିଳ ତର୍ପଣ, ୭ଟା ୩୦ରେ ପ୍ରଭାତଫେରୀ କରାଯିବ । ପରେ ସମୂହ ସଫେଇ ଅଭିଯାନ ଏବଂ ୮ଟା ୩୦ରେ ବିଜୁ ବାବୁଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ, ସ୍ମୃତି ସଭା ଓ ସନ୍ଧ୍ୟା ୫ଟାରେ ଦୀପ ଦାନ ସହ ସମୂହ ସଂକଳ୍ପ ନେବେ ବିଜେଡି ନେତା ଓକର୍ମୀ । ଓଡ଼ିଶା ମୋ ପରିବାର ପକ୍ଷରୁ ପିରତି ନିର୍ବାଚନ ମଣ୍ଡଳୀରେ ଜୀବନବିନ୍ଦୁ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି । ୧୫ଦିନ ଧରି ରକ୍ତଦାନ ଶିବିର ଚାଲିବ । ଆଜି ପ୍ରଥମ ଦିନରେ ୧୦ ହଜାର ୟୁନିଟ୍ ରକ୍ତ ସଂଗ୍ରହ ପାଇଁ ଲକ୍ଷ୍ୟ ରହିଛି ।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.