Loading...

ଆଜି ପବିତ୍ର ଦୋଳ ପୂର୍ଣ୍ଣିମା, ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ

ଆଜି ପବିତ୍ର ଦୋଳ ପୂର୍ଣ୍ଣିମା, ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ

ଆଜି ପବିତ୍ର ଦୋଳ ପୂର୍ଣ୍ଣିମା । ଏଥିପାଇଁ ଉତ୍ସବମୁଖର ହୋଇଛି ଗାଁଠୁ ସହର । ଆଜି ଦୋଳ ପୂର୍ଣ୍ଣିମା ଦୋଳ ମେଲଣ ପାଇଁ ଚାରିଆାଡେ ପ୍ରସ୍ତୁତ କରାଯାଇଛି । ବିମାନରେ ବିଜେ ହୋଇ ଗାଁ ଗାଁ ବୁଲୁଛନ୍ତି ଠାକୁର ।

ଆଜି ପବିତ୍ର ଦୋଳ ପୂର୍ଣ୍ଣିମା । ଏଥିପାଇଁ ଉତ୍ସବମୁଖର ହୋଇଛି ଗାଁଠୁ ସହର । ଆଜି ଦୋଳ ପୂର୍ଣ୍ଣିମା ଦୋଳ ମେଲଣ ପାଇଁ ଚାରିଆାଡେ ପ୍ରସ୍ତୁତ କରାଯାଇଛି । ବିମାନରେ ବିଜେ ହୋଇ ଗାଁ ଗାଁ ବୁଲୁଛନ୍ତି ଠାକୁର । ସାହିକୁ ସାହି ବୁଲି ଭୋଗ ଖାଇବା ସହ ରଙ୍ଗ ବେରଙ୍ଗ ଅବିରରେ ହୋଲି ଖେଳିବେ ଦୋଳ ଗୋବିନ୍ଦ । ଦୋଳ ପୂର୍ଣ୍ଣିମା ଅବସରରେ ବିଭିନ୍ନ ସ୍ଥାନରେ ବାଡ଼ିଖେଳ ମଧ୍ୟ ଯାଉଛି । ସେପଟେ ଦୋଳ ପୂର୍ଣ୍ଣିମା ଅବସରରେ ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ସ୍ୱତନ୍ତ୍ର ନୀତିକାନ୍ତି । ରାଜରାଜେଶ୍ବର ବେଶ ବା ସୁନାବେଶରେ ଆଜି ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ହୋଇଛି । ସୁନାବେଶରେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ବିଶେଷ ଧ୍ୟାନ ଦେଇଛି ପ୍ରଶାସନ । ଦୋଳ ପୂର୍ଣ୍ଣମୀ ଅବସରରେ ଶ୍ରୀଜୀଉଙ୍କ ଚଳନ୍ତି ପ୍ରତିମା ଦୋଳଗୋବିନ୍ଦ, ଭୁଦେବୀ ଓ ଶ୍ରୀଦେବୀ ଦୋଳବେଦୀକୁ ବିମାନରେ ବିଜେ କରିବେ ।  

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.