Loading...

ଆଜି ମହାଶିବରାତ୍ରିରେ ଝଲସୁଛି ଶ୍ରୀଲିଙ୍ଗରାଜ ମନ୍ଦିର

ଆଜି ମହାଶିବରାତ୍ରିରେ ଝଲସୁଛି ଶ୍ରୀଲିଙ୍ଗରାଜ ମନ୍ଦିର

ଚଳଚଞ୍ଚଳ ହୋଇଉଠିଛି ଏକାମ୍ର କ୍ଷେତ୍ର। ଶ୍ରୀଲିଙ୍ଗରାଜଙ୍କ ଜାଗର ଯାତ୍ରା ପାଇଁ ମନ୍ଦିରରେ ପ୍ରସ୍ତୁତି ସରିଛି।

ଚଳଚଞ୍ଚଳ ହୋଇଉଠିଛି ଏକାମ୍ର କ୍ଷେତ୍ର। ଶ୍ରୀଲିଙ୍ଗରାଜଙ୍କ ଜାଗର ଯାତ୍ରା ପାଇଁ ମନ୍ଦିରରେ ପ୍ରସ୍ତୁତି ସରିଛି। ଫୁଲରେ ସଜେଇ ହୋଇଛି ମନ୍ଦିର। ମନ୍ଦିର ଭିତର ଓ ବାହାରକୁ ଅଧିକ ଆକର୍ଷଣୀୟ କରିବା ପାଇଁ ରଙ୍ଗିନ ଆଲୋକମାଳାରେ ସଜା ଯାଇଛି। ଝଲସୁଛି ଏକାମ୍ରକ୍ଷେତ୍ରର ଏହି ପ୍ରସିଦ୍ଧ ଶୈବପୀଠ।ମହାଶିବରାତ୍ରି ପାଇଁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି। ସୋମବାର ରାତି ୨.୩୦ ମିନିଟରେ ମନ୍ଦିର ଦ୍ୱାର ଖୋଲିବ। ଭୋର ୩ ଟାରୁ ୩ଟା ୩୦ମଧ୍ୟରେ ମଙ୍ଗଳ ଆଳତି ଓ ଅବକାଶ ନୀତି ସମ୍ପନ୍ନ ହେବ। ଏହାପରେ ଭୋର ୪ଟାରୁ ଦିନ ୧୧ଟା ପର୍ଯ୍ୟନ୍ତ କେବଳ ଦର୍ଶନ ହେବ। ୧୧.୩୦ମିନିଟ୍‌ରୁ ୧୨ଟା ଛାମୁ ପରିଷ୍କାର, ୧୨ଟାରେ ମହାସ୍ନାନ ବେଶ, ୧୨ଟା ୪୫ରୁ ସୂର୍ଯ୍ୟ ପୂଜା, ଦ୍ବାରପାଳ ପୂଜା, ଶ୍ରୀଜିଉ ଓ ଠାକୁରାଣୀଙ୍କ ବଲ୍ଲଭ ଓ ଶ୍ରୀଜିଉଙ୍କ ସକାଳ ଧୂପ ଅନୁଷ୍ଠିତ ହେବ। ଅପରାହ୍‌ଣ ସାଢ଼େ ୨ଟାରୁ ଭୁବନେଶ୍ବରୀଙ୍କ ସକାଳ ଧୂପ, ୨ଟା ୪୫ରୁ ଭୋଗ ମଣ୍ଡପ, ଅପରାହ୍‌ଣ ୩.୪୫ରୁ ୪ଟା ୪୫ ମଧ୍ୟରେ ପୁଣି ଦର୍ଶନ ହେବ।

ଅପରାହ୍‌ଣ ୪.୪୫ରୁ ଛାମୁ ପରିଷ୍କାର, ୫ଟା ୧୫ରେ ଶ୍ରୀଜିଉଙ୍କ ବେଶ, ୫ଟା ୫୪ରୁ ବୀର କିଶୋର ବଲ୍ଲଭ, ଦ୍ବିପ୍ରହର ଧୂପ, ସନ୍ଧ୍ୟା ୭ଟାରେ ପହୁଡ଼ ପଡ଼ିବ। ୭ଟା ୧୦ରୁ ଶ୍ରୀଜିଉଙ୍କ ସନ୍ଧ୍ୟା ଆଳତି ଓ ଟେରା ଫିଟା ନୀତି ସମ୍ପନ୍ନ ହେବ। ସନ୍ଧ୍ୟା ସାଢ଼େ ୭ରୁ ଶ୍ରୀଜିଉଙ୍କ ମାଜଣା ଓ ବେଶ, ୮ଟା ୧୦ରେ ଶ୍ରୀଜିଉଙ୍କ ଯାତ୍ରା ପୂଜା ଓ ବେଢ଼ା ପରିକ୍ରମା। ୮ଟା ୫୫ମିନିଟ୍‌ରେ ସନ୍ଧ୍ୟା ଧୂପ ଓ ତୀର୍ଥଜଳ ଆନୟନ କରାଯାଇ ରାତି ୧୦ରେ ମହାଦୀପ ଉଠିବ ବୋଲି ନୀତି ନିର୍ଘଣ୍ଟ ହୋଇଛି।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.