Loading...

ଆଜି ଗୁରୁଙ୍କ ପାଇଁ ଦିନଟିଏ, ଗୁରୁଦିବସରେ ମନେପଡନ୍ତି ସର୍ବପଲ୍ଲୀ ରାଧାକ୍ରିଷ୍ଣନ

ଆଜି ଗୁରୁଙ୍କ ପାଇଁ ଦିନଟିଏ, ଗୁରୁଦିବସରେ ମନେପଡନ୍ତି ସର୍ବପଲ୍ଲୀ ରାଧାକ୍ରିଷ୍ଣନ

ଗୁରୁଙ୍କୁ ପୂଜା କରି ତାଙ୍କ ଆଦର୍ଶରେ ଅନୁପ୍ରାଣିତ ହେବାର ଏକ ପବିତ୍ର ଦିନଟିଏ ଗୁରୁଦିବସ।ଗୁରୁ-ଶିଷ୍ୟ ପରମ୍ପରାର ଅପୂର୍ବ ନିଦର୍ଶନ ସ୍ୱରୂପ ଏହି ଦିବସ ପାଳିତ ହୋଇଆସୁଛି ।

ଗୁରୁଙ୍କୁ ପୂଜା କରି ତାଙ୍କ ଆଦର୍ଶରେ ଅନୁପ୍ରାଣିତ ହେବାର ଏକ ପବିତ୍ର ଦିନଟିଏ ଗୁରୁଦିବସ।ଗୁରୁ-ଶିଷ୍ୟ ପରମ୍ପରାର ଅପୂର୍ବ ନିଦର୍ଶନ ସ୍ୱରୂପ ଏହି ଦିବସ ପାଳିତ ହୋଇଆସୁଛି । ଭାରତର ଦ୍ୱିତୀୟ ରାଷ୍ଟ୍ରପତି ଡ. ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମ ଦିବସ । ଅଜ୍ଞାନ ରୁପକ ଅନ୍ଧକାରକୁ ଦୂର କରୁଥିବା ଗୁରୁଙ୍କ ପାଇଁ ଆଜି ଦିନଟି ବେଶ ସ୍ମରଣୀୟ । ସେଥିପାଇଁ ତ କଥାରେ ଅଛି ଗୁରୁ ବିନା ଜ୍ଞାନ ଅସମ୍ଭବ । ୧୯୮୮ ମସିହା ସେପଟେମ୍ବର ୫ ତାରିଖରେ ଜନ୍ମଗ୍ରହଣ କରିଥିଲେ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନ। ତାଙ୍କ ଜନ୍ମ ଦିବସକୁ ଗୁରୁ ଦିବସର ମାନ୍ୟତା ମିଳିଛି।  

 

ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣଙ୍କର ପାଠପଢା ଆରମ୍ଭ ହୋଇଥିଲା ଖ୍ରୀଷ୍ଟିଆନ୍ ମିସନାରୀ ସ୍କୁଲରୁ । ୧୯୦୯ରେ ରାଧାକ୍ରିଷ୍ଣନଙ୍କୁ ମାଡ୍ରାସ ପ୍ରେସିଡେନ୍ସି ମହାବିଦ୍ୟାଳୟରେ ଦର୍ଶନ ବିଭାଗର ଅଧ୍ୟାପକ ଭାବେ ନିଯୁକ୍ତି କରାଯାଇଥିଲା ।ମୁଖ୍ୟତଃ ଭାରତୀୟ ଦର୍ଶନ ଶାସ୍ତ୍ର ଏବଂ ଧର୍ମଶାସ୍ତ୍ର ଅଧ୍ୟୟନରେ ନିଜକୁ ନିୟୋଜିତ ରଖିଥିଲେ ରାଧାକ୍ରିଷ୍ଣନ । ୧୯୧୮ରେ ରାଧାକ୍ରିଷ୍ଣନ ମୈସୂର ବିଶ୍ବବିଦ୍ୟାଳୟରେ ଦର୍ଶନ ବିଭାଗର ପ୍ରଫେସର ଭାବେ ନିଯୁକ୍ତ ହୋଇଥିଲେ । ତାହାପରେ କଲିକତା ବିଶ୍ବବିଦ୍ୟାଳୟ, ଲଣ୍ଡନର ହାର୍ଭାଡ୍ ବିଶ୍ବବିଦ୍ୟାଳୟ, ମାଂଚେଷ୍ଟର ବିଶ୍ବବିଦ୍ୟାଳୟ ଓ ଶେଷରେ ଅକ୍ସଫୋର୍ଡ ବିଶ୍ବବିଦ୍ୟାଳୟରେ ଶିକ୍ଷାଦାନ କରିଥିଲେ ରାଧାକ୍ରିଷ୍ଣନ । ୧୯୪୯ରେ ସୋଭିଏତ ଋଷିଆକୁ ଭାରତୀୟ ରାଷ୍ଟ୍ରଦୂତ ଭାବେ ପ୍ରେରିତ ହୋଇଥିଲେ ଏବଂ ୧୯୫୪ରେ ତାଙ୍କୁ ମିଳିଥିଲା ସମ୍ମାନଜନକ ଭାରତ ରତ୍ନ । ଭାରତୀୟ ଦର୍ଶନ,ଧର୍ମ-ଦର୍ଶନ, ତୁଳନାତ୍ମକ ଧର୍ମ-ଦର୍ଶନ ଓ ନୀତିଶିକ୍ଷା ଆଦିରେ ଶିକ୍ଷାଦାନ ଏକ ସ୍ୱତନ୍ତ୍ର ପରିଚୟ ହାସଲ କରିଥିଲେ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନ । 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.