Loading...

ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି ପାଇଁ

ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି ପାଇଁ

ଆଜି ବୈଶାଖ-କୃଷ୍ଣ ଚତୁର୍ଦ୍ଦଶୀ ତିଥି  ।ଶ୍ରୀମନ୍ଦିରରେ ଆଜି ଚତୁର୍ଦ୍ଧା ମୂର୍ତ୍ତିଙ୍କର ହେବ ବନକଲାଗି ନୀତି। ଦତ୍ତମହାପାତ୍ର ସେବକମାନେ ଗର୍ଭଗୃହକୁ ପ୍ରବେଶ କରି ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ।

ଆଜି ବୈଶାଖ-କୃଷ୍ଣ ଚତୁର୍ଦ୍ଦଶୀ ତିଥି  ।ଶ୍ରୀମନ୍ଦିରରେ ଆଜି ଚତୁର୍ଦ୍ଧା ମୂର୍ତ୍ତିଙ୍କର ହେବ ବନକଲାଗି ନୀତି। ଦତ୍ତମହାପାତ୍ର ସେବକମାନେ ଗର୍ଭଗୃହକୁ ପ୍ରବେଶ କରି ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ବିଶେଷନୀତି ପାଇଁ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ୪ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ  । ନୀତି ସମାପ୍ତ ପରେ ଶ୍ରଦ୍ଧାଳୁ ଚତୁର୍ଦ୍ଧା ବିଗ୍ରହଙ୍କ ଦର୍ଶନ କରିପାରିବେ ।

ସୂଚନାନୁସାରେ, ଆସନ୍ତା ଏପ୍ରିଲ ୨୩ ତାରିଖରେ ପବିତ୍ର ଅକ୍ଷୟ ତୃତୀୟା । ଏହିଦିନ ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ ଅନୁକୂଳ ସହ ୨୧ ଦିନ ବ୍ୟାପୀ ବାହାର ଚନ୍ଦନ ଯାତ୍ରା ଆରମ୍ଭ ହେବ । ଏନେଇ ମଙ୍ଗଳବାର ନୀଳାଦ୍ରି ଭକ୍ତ ନିବାସରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଛତିଶା ନିଯୋଗ ବୈଠକରେ ଅକ୍ଷୟ ତୃତୀୟା ପାଇଁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି । 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.