News

ଆଜିଠୁ ଦକ୍ଷିଣ ଓଡିଶାରେ ବର୍ଷା, ୨୪ ଘଣ୍ଟାରେ ୪ ଜିଲାରେ ପ୍ରବଳ ବର୍ଷା

Rain 2 768x432

ଓଡ଼ିଶା ଉପ‌ରେ ରହିଥିବା ଏକ ଲଘୁଚାପ  ବଳୟ ପ୍ରଭାବରେ ବୁଧବାରଠାରୁ ରାଜ୍ୟରେ ବର୍ଷା ବଢ଼ିବ। ଲଗାତାର ତିନି ଦିନ ଧରି ମଧ୍ୟମ ଧରଣରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସ୍ଥାନେ ସ୍ଥାନେ ଅତିପ୍ରବଳ ବର୍ଷା ହୋଇପାରେ। ବିଶେଷକରି ଦକ୍ଷିଣ ଓଡ଼ିଶାରେ ବର୍ଷା ପରିମାଣ ଅଧିକ ରହିବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଲାଙ୍ଗିର, ସୋନପୁର, ବୌଦ୍ଧ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକ, ଯାଜପୁର, କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ଝଡ଼ତୋଫାନ ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗର ଡ୍ୟୁଟି ଅଫିସର୍‌ ଅଜୟ କୁମାର ନାୟକ ଆଜି ଏହି ସୂଚନା ଦେଇଛନ୍ତି ।

ତେବେ ୨୨ ତାରିଖଠାରୁ ବର୍ଷା ପରିମାଣ ବଢ଼ିବ। ଦକ୍ଷିଣ ଓଡ଼ିଶାର ଅଧିକାଂଶ ଜିଲ୍ଲା ପ୍ରଭାବିତ ହେବାର ଆଶଙ୍କା ରହିଛି। ବିଶେଷକରି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଧିକ ରହିଛି। ଏହାବ୍ୟତୀତ ଉପକୂଳ ଓ ଉତ୍ତର ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା  ହୋଇପା‌ରେ। ୨୩ ତାରିଖରେ ବର୍ଷା ପରିମାଣ କମିବାକୁ ଥିଲେ ମଧ୍ୟ ଦକ୍ଷିଣ ଓଡ଼ିଶାରେ ବର୍ଷା ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସେହିପରି ପ୍ରବଳ ବର୍ଷାକୁ ନେଇ କିଛି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି।

ପଢନ୍ତୁ: ପରିବା ବଜାରରେ ନିଆଁ, ବଢିଲା ପିଆଜ ଓ ଆଳୁ ଦର

Related posts

ସୁନ୍ଦରୀକୁ ନେଇ ପୁଣି ଅଡୁଆ,ନନ୍ଦନକାନନ ମନା

ENO Beuro

ପ୍ରସିଦ୍ଧ ଲେଖିକା ପ୍ରତିଭା ରାୟଙ୍କ ସ୍ୱାମୀ ଅକ୍ଷୟ ଚନ୍ଦ୍ର ରାୟଙ୍କ ପରଲୋକ

Ratnamani Moharana

କେନ୍ଦ୍ରମନ୍ତ୍ରୀ ଧମେନ୍ଦ୍ର ପ୍ରଧାନଙ୍କ ଦୃଢୋକ୍ତି : ନବୀନ ସରକାରରେ ଓବିସି ବର୍ଗଙ୍କୁ ଅବହେଳା

Ratnamani Moharana