26.1 C
Bhubaneswar
September 28, 2021
EnewsOdia.Com
ନ୍ୟୁଜ୍

ଆଜି ସରସ୍ଵତୀ ପୂଜା, ବାଗଦେବୀଙ୍କ ଆରାଧନା ପାଇଁ ସମସ୍ତ ଶିକ୍ଷାନୁଷ୍ଠାନ ଉତ୍ସବ ମୁଖର

ପବିତ୍ର ଶ୍ରୀପଞ୍ଚମୀରେ ଧରାବତରଣ କରିବେ ମା’ସରସ୍ୱତୀ । ସରସ୍ଵତୀ ପୂଜା ମାଘମାସ ଶୁକ୍ଳପକ୍ଷ ପଞ୍ଚମୀତିଥି ଦିନ ପାଳନ କରାଯାଏ । ବିଦ୍ୟାପ୍ରାପ୍ତି ନିମିତ୍ତ ବିଦ୍ୟାର ଅଧିଷ୍ଠାତ୍ରୀ ଦେବୀ ବିଦ୍ୟାଦାୟିନୀ, ହଂସବାହିନୀ, ବୀଣା ପୁସ୍ତକ ଧାରିଣୀ ଦେବୀ ସରସ୍ଵତୀଙ୍କର ପୂଜା ଓ ଆରାଧନା ଏଇ ଦିନ ମୁଖ୍ୟତଃ ଶିକ୍ଷାନୁଷ୍ଠାନରେ କରାଯାଏ । ଛାତ୍ରଛାତ୍ରୀମାନେ ପୂଜାମଣ୍ଡପକୁ ଅତି ମନୋରମ ଭାବେ ସଜାଇ ଥାଆନ୍ତି । ମାତା ସରସ୍ଵତୀଙ୍କର ପୂଜା ଓ ପୁଷ୍ପାଞ୍ଜଳୀ ଦେବା ପର୍ଯ୍ୟନ୍ତ ସେମାନେ ଉପବାସ ରଖିଥାନ୍ତି ।

ଏଇ ଦିନ ପିଲାମାନେ ଦେବୀ ସରସ୍ଵତୀଙ୍କର ଆଶୀର୍ବାଦ ପ୍ରାପ୍ତି ନିମିତ୍ତ ସେମାନଙ୍କର ପାଠ୍ୟପୁସ୍ତକ ଓ କଲମ ଆଦିକୁ ମାତାଙ୍କ ପାଖରେ ସମର୍ପଣ କରିଥାନ୍ତି । ମା ସରସ୍ଵତୀ ଶୁକ୍ଳ ବସ୍ତ୍ର ପରିଧାନ କରି କର୍ଣ୍ଣରେ ରତ୍ନବିଭୂଷିତ କୁଣ୍ଡଳ ଧାରଣ କରି ଗଳାରେ ଗଜମୋତି ଏବଂ ମୁକ୍ତାହାର ପିନ୍ଧି ଓ ହସ୍ତରେ ବୀଣା ଓ ପୁସ୍ତକ ଧାରଣ କରି ପଦ୍ମାସନରେ ଶ୍ଵେତପଦ୍ମ ଉପରେ ଅଧିଷ୍ଠାତ୍ରୀ ହୁଅନ୍ତି । ମା ସରସ୍ଵତୀ ବିଦ୍ୟାର୍ଥୀଙ୍କୁ ଓ ସଙ୍ଗୀତ ସାଧକଙ୍କୁ ଅଶେଷ କୃପା ପ୍ରଦାନ କରିଥାନ୍ତି ।

ପଢନ୍ତୁ: ‘ମ୍ୟାନ୍‌ ଭର୍ସେସ୍‌ ୱାଇଲ୍ଡ’ ଶୁଟିଂରେ ରଜନୀକାନ୍ତ ଆହତ

Related posts

ବିଶ୍ୱର ସବୁଠୁ ରାଗ ଲଙ୍କାକୁ ଲଣ୍ଡନ ରପ୍ତାନୀ କଲା ଭାରତ

Ratnamani Maharana

ଓଡ୍ରାଫ୍ ବୋଟ୍ ବୁଡ଼ି ଘଟଣାର ତଦନ୍ତ ଆରମ୍ଭ କଲେ ADG ଆର କେ ଶର୍ମା

Ratnamani Maharana

ମାଗଣା ସେବା ଦେଉଛି ରାପିଡୋ

Ratnamani Maharana

Leave a Comment

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More