ଆଜିଠୁ ଜୁନ ୬ ଯାଏଁ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
Loading...
ଆଜି କାର୍ତ୍ତିକ ମାସ ଶୁକ୍ଳ ପକ୍ଷ ଦ୍ଵାଦଶୀ ତିଥି ତଥା ପଞ୍ଚୁକର ଦ୍ବିତୀୟ ଦିନ। ଶ୍ରୀମନ୍ଦିର ରତ୍ନ ସିଂହାସନ ଉପରେ ମହାପ୍ରଭୁ ଅତ୍ୟନ୍ତ ଚିତାକର୍ଷକ ବାଙ୍କଚୁଡ଼ ବେଶ ଅନୁଷ୍ଠିତ ହୋଇଛି ।
ଆଜି କାର୍ତ୍ତିକ ମାସ ଶୁକ୍ଳ ପକ୍ଷ ଦ୍ଵାଦଶୀ ତିଥି ତଥା ପଞ୍ଚୁକର ଦ୍ବିତୀୟ ଦିନ। ଶ୍ରୀମନ୍ଦିର ରତ୍ନ ସିଂହାସନ ଉପରେ ମହାପ୍ରଭୁ ଅତ୍ୟନ୍ତ ଚିତାକର୍ଷକ ବାଙ୍କଚୁଡ଼ ବେଶ ଅନୁଷ୍ଠିତ ହୋଇଛି । ଯେତେବେଳେ ଅକ୍ରୁର ଗୋପପୁରକୁ ଯାଇଥିଲେ ଶ୍ରୀକୃଷ୍ଣ ଓ ବଳରାମଙ୍କୁ ମଥୁରାକୁ ଆଣିବାକୁ, ସେହି ସମୟରେ ବ୍ରଜ ଦାଣ୍ଡରେ ଏହି ରୂପରେ ଅକ୍ରୁର ଦର୍ଶନ କରିଥିଲେ। ସେହି ସ୍ମୃତିରେ ଏହି ବେଶ ଶ୍ରୀମନ୍ଦିରରେ ଅନୁଷ୍ଠିତ ହୋଇ ଆସୁଅଛି । ଏହି ବେଶରେ ଠାକୁର ମାନେ ସୁନାର ଅଳଙ୍କାରରେ ବିଭୂଷିତ ହୋଇଥାନ୍ତି । ଚୁଡା ମଧ୍ୟ ଧାରଣ କରିଥାନ୍ତି। ମସ୍ତକରେ ଏହି ଚୁଡା ବା ଚୁଳ ଦକ୍ଷିଣ ଦିଗକୁ ଢଳି ରହିଥାଏ। ଏଣୁ ମହାପ୍ରଭୁଙ୍କ ଏହି ବେଶକୁ ବାଙ୍କଚୁଡ଼ ବେଶ କୁହାଯାଏ । ମହାପ୍ରଭୁଙ୍କ ଅବକାଶ ନୀତି ପରେ ଏହି ବେଶ ଅନୁଷ୍ଠିତ ହୋଇଛି । ତେବେ ଆଜିର ତିଥିରେ ମହାପ୍ରଭୁଙ୍କ ଏହି ଚିତାକର୍ଷକ ବେଶ ଯିଏ ଦର୍ଶନ କରିଥାନ୍ତି ତାଙ୍କୁ ଅପାର ଆନନ୍ଦ ଲାଭ ସହ ଜନ୍ମଜନ୍ମାନ୍ତର ପାପରୁ ମୁକ୍ତିମିଳେ ବୋଲି ବିଶ୍ୱାସ ରହିଛି। ଆସନ୍ତାକାଲି ମହାପ୍ରଭୁଙ୍କ ତିବିକ୍ରମ ବେଶ ଅନୁଷ୍ଠିତ ହେବ।
ଆଜି ଦ୍ୱିତୀୟ ଦିନରେ ଦୁର୍ଲଭ ଗଙ୍ଗାଧର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ୱର । ଭର୍ଚୁଆଲ ମାଧ୍ୟମରେ ବାବା ଧବଳେଶ୍ୱରଙ୍କୁ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ । ଝୁଲାପୋଲ ଏବଂ ମନ୍ଦିର ବେଢାରେ ୧୪୪ ଧାରା ବଳବତ୍ତର ରହିଛି । କାର୍ତ୍ତିକ ମାସ ଧର୍ମର ମାସ ହୋଇଥିବାରୁ ଦେବ ଦେବ ମହାଦେବଙ୍କୁ ଦର୍ଶନ କଲେ କୋଟି ଜନ୍ମର ପୂର୍ଣ୍ଣ୍ୟ ମିଳିବା ସହିତ ମାନସିକ ଶାନ୍ତି ମିଳିଥାଏ ବୋଲି ଧାର୍ମିକ ବିଶ୍ବାସ ରହିଛି । ହେଲେ ଚଳିତ ବର୍ଷ କାର୍ତ୍ତିକର ପହିଲି ପଞ୍ଚକ ଓ ବଡ଼ ଓଷାରେ ସିଧସଳଖ ହେବ ନାହିଁ ବାବା ଧବଳେଶ୍ବରଙ୍କ ଦର୍ଶନ । ଏଲଇଡିରେ ଧବଳେଶ୍ୱରଙ୍କ ଦର୍ଶନ ପାଇଁ କଟକ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ । ମୁଖ୍ୟରାସ୍ତା ମନ୍ଦିର ଫାଟକ ପାଖରେ ଏଲଇଡି ସ୍କ୍ରିନରେ ବାବା ଧବଳେଶ୍ବରଙ୍କ ଦର୍ଶନ ନେଇ ପ୍ରଶାସନର ନିଷ୍ପତ୍ତି । ହେଲେ ଝୁଲାପୋଲ ଓ ମନ୍ଦିର ବେଢାରେ ୧୪୪ ଧାରା ବଳବତ୍ତର ରହିବ ।
Shakespeare, in the beautiful garden, among the party. Some of the hall: in fact she was ever to.
ଆସନ୍ତା ଜୁନ୍ ୬ ତାରିଖ ଯାଏ ହେବ ପରୀକ୍ଷା ଖାତା ପୁନଃ ଯାଞ୍ଚ ପାଇଁ ଆବେଦନ ପ୍ରକ୍ରିୟା। ଏନେଇ ସୂଚନା ଦେଇଛନ୍ତି ବୋର୍ଡ । ଅସନ୍ତୁଷ୍ଟ ପରୀକ୍ଷାର୍ଥୀ ବୋର୍ଡ ୱେବସାଇଟରେ ପୁନଃ ଯାଞ୍ଚ ପାଇଁ ଆବେଦନ କରିପାରିବେ।
ବରଯାତ୍ରୀ ସହ ବାଜା, ରୋଷଣି ନେଇ ବର ବେଶରେ ବାହାରିବେ ମହାପ୍ରଭୁ। କେଦାରଗୌରୀ ମନ୍ଦିରରେ ମା’ ପାର୍ବତୀଙ୍କ ସହ ପ୍ରଭୁ ଲିଙ୍ଗରାଜଙ୍କ ହାତଗଣ୍ଠି ପଡ଼ିବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ।
ପଞ୍ଚମ ଆଇପିଏଲ୍ ଟ୍ରଫିଠାରୁ ମହେନ୍ଦ୍ର ସିଂହ ଧୋନିଙ୍କ ଦଳ ଆଉ ମାତ୍ର ଗୋଟିଏ ବିଜୟ ଦୂରରେ ରହିଛି। ଗୁଜରାଟ ଟାଇଟନ୍ସକୁ ୧୫ ରନ୍ରେ ପରାସ୍ତ କରି ଚେନ୍ନାଇ ସୁପର୍ କିଙ୍ଗ୍ସ ସିଧାସଳଖ ଫାଇନାଲ୍ରେ ପ୍ରବେଶ କରିଛି ଧୋନୀ ବାହିନୀ।