Loading...

ଆସନ୍ତା ୨୪ ଘଣ୍ଟାରେ ୯ଜିଲ୍ଲାରେ ପ୍ରବଳ ବର୍ଷିବ

ଆସନ୍ତା ୨୪ ଘଣ୍ଟାରେ ୯ଜିଲ୍ଲାରେ ପ୍ରବଳ ବର୍ଷିବ

ଆଜି କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷ କରି ୯ଟି ଜିଲ୍ଲାକୁ ୱାର୍ଣ୍ଣିଂ କରାଯାଇଛି ।

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପଶ୍ଚିମବଙ୍ଗରେ ସ୍ଥଳଭାଗ ଅତିକ୍ରମ କରି ଝାଡ଼ଖଣ୍ଡ ଦେଇ ଉତ୍ତର ଛତିଶଗଡ଼ ପର୍ଯ୍ୟନ୍ତ ପହଁଚିଥିଲା । ହେଲେ ଉତ୍ତର ପଶ୍ଚିମ ଭାରତରେ ମୌସୁମୀ ପ୍ରତ୍ୟାବର୍ତ୍ତନ ପାଇଁ ପାଗ ଅନୁକୂଳ ହେତୁ ସେଠାରେ ଶୁଷ୍କ ଉତ୍ତରା ବାୟୁର ପ୍ରଭାବ ରହିଛି । ଏହି ବାୟୁକୁ ଭେଦ କରି ଲଘୁଚାପ ଆଗକୁ ବଢିନପାରି ପୂର୍ବ ଦିଗକୁ ଗତି କରୁଛି । ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେଉଛି ।ତେବେ ଆଜି କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷ କରି ୯ଟି ଜିଲ୍ଲାକୁ ୱାର୍ଣ୍ଣିଂ କରାଯାଇଛି । ସେହି ଜିଲ୍ଲାଗୁଡ଼ିକ ହେଲେ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର ଓ କେନ୍ଦ୍ରାପଡ଼ାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ବୋଲି ପଣିପାଗ କେନ୍ଦ୍ର ସୂଚନା ଦେଇଛି ।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.