Loading...

ଆଜି କେତେକ ଜିଲ୍ଲାରେ କାଁଭାଁ ବର୍ଷା, କାଲିଠୁ ଛେଚିବ

ଆଜି କେତେକ ଜିଲ୍ଲାରେ କାଁଭାଁ ବର୍ଷା, କାଲିଠୁ ଛେଚିବ

ଆସୁଛି ଆଉ ଦୁଇଟି ଲଘୁଚାପ। ଆସନ୍ତା ୧୨ ତାରିଖ ଆଡ଼କୁ ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ।

ଆସୁଛି ଆଉ ଦୁଇଟି ଲଘୁଚାପ। ଆସନ୍ତା ୧୨ ତାରିଖ ଆଡ଼କୁ ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହାର ପ୍ରଭାବରେ ଆଜିଠାରୁ ରାଜ୍ୟରେ ବିଶେଷ କରି ଉପକୂଳ ଓ ସଂଲଗ୍ନ ଅଞ୍ଚଳରେ ବର୍ଷା ଆରମ୍ଭ ହୋଇଯିବ। ୧୨ରୁ ୧୪ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷିବା ନେଇ ସୂଚନା ଦେଇଛି ପାଣିପାଗବିଭାଗ। ଆସନ୍ତା ୧୨ ଓ ୧୯ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଦୁଇଟି ଯାକ ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହେବ। ଫଳରେ ରାଜ୍ୟରେ ଭଲ ବର୍ଷା ହେବ। ଗତ ଲଘୁଚାପଟି ମଧ୍ୟପ୍ରଦେଶ ଓ ପୂର୍ବ ମହାରାଷ୍ଟ୍ରରେ ଆଜି ରହିଛି। ତାହାର ବାହ୍ୟବଳୟ ଉତ୍ତର ବଙ୍ଗୋପସାଗର ପର୍ଯ୍ୟନ୍ତ ଲମ୍ବିରହିଛି। ଫଳରେ ୧୧ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ବଳ୍ପ ବର୍ଷା ହେବ। ସମ୍ଭାବ୍ୟ ଲଘୁଚାପ ବଳୟ ହେତୁ ୧୨ ତାରିଖରେ ବର୍ଷା ବଢ଼ିବ। ୧୩ ତାରିଖରେ ଲଘୁଚାପ ସୃଷ୍ଟି ହେବ। ୧୩ ଓ ୧୪ ତାରିଖରେ ଅନେକ ସ୍ଥାନରେ ମଧ୍ୟମ ଧରଣର ଓ କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ୧୫ ଓ ୧୬ ତାରିଖରେ ବିସ୍ତୃତ ଅଞ୍ଚଳରେ ମଧ୍ୟମ ଧରଣର ବର୍ଷା ହୋଇପାରେ। ୧୯ ତାରିଖରେ ଉତ୍ତର ବଙ୍ଗୋପସାଗର ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ସେପ୍ଟେମ୍ବରର ତୃତୀୟ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ପରବର୍ତ୍ତୀ ୪୮ ଘଣ୍ଟାରେ ଲଘୁଚାପ ସୃଷ୍ଟି ହୋଇପାରେ। ଫଳରେ ସାରା ରାଜ୍ୟରେ ବର୍ଷା ହେବ।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.