Loading...

ଆଜିଠୁ ଦୁଇଦିନ ଶୁଖିଲା ପାଗ, ୨୯ ତାରିଖରୁ ପୁଣି ବର୍ଷା

ଆଜିଠୁ ଦୁଇଦିନ ଶୁଖିଲା ପାଗ, ୨୯ ତାରିଖରୁ ପୁଣି ବର୍ଷା

ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ଭାରତର କିଛି କିଛି ଅଞ୍ଚଳରୁ ଆସନ୍ତା ୨ରୁ ୩ ଦିନ ଭିତରେ ମୌସୁମୀ ଫେରିଯିବା ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହୋଇଛି।

ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ଭାରତର କିଛି କିଛି ଅଞ୍ଚଳରୁ ଆସନ୍ତା ୨ରୁ ୩ ଦିନ ଭିତରେ ମୌସୁମୀ ଫେରିଯିବା ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହୋଇଛି। ଧୀରେ ଧୀରେ ସାରା ଭାରତରୁ ମୌସୁମୀ ବିଦାୟ ନେବ ।ଆସନ୍ତା ୨ ଦିନ ରାଜ୍ୟରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିବ। ପରେ ୨୯ ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ। କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ନେଇ ମଧ୍ୟ ସମ୍ଭାବନା ରହିଛି।

ସୂଚନାନୁସାରେ, ଦାନା ବାନ୍ଧୁଛି ଲଘୁଚାପ। ୨୯ ତାରିଖରେ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏହା ଘନୀଭୂତ ହୋଇ ଲଘୁଚାପର ରୂପ ନେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପ୍ରଭାବରେ ୨୯ରୁ ଅକ୍ଟୋବର ୫ତାରିଖ ପର୍ଯ୍ୟନ୍ତ ନନଷ୍ଟପ ବର୍ଷା ସମ୍ଭାବନା ରହିଛି। ଉତ୍ତର-ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ପାଗ ଅନୁକୁଳ ରହିଲେ ଲଘୁଚାପ ଘନୀଭୂତ ହୋଇ ଅବପାତ କିମ୍ବା ଗଭୀର ଅବପାତରେ ପରିଣତ ହୋଇପାରେ। କିନ୍ତୁ ବାତ୍ୟା ଆଶଙ୍କା ନାହିଁ ବୋଲି ପାଣିପାଗ ବିଶେଷଜ୍ଞ ଶରତ ସାହୁ କହିଛନ୍ତି।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.