୩ ମାସ ବଢିଲା ମାଗଣାରେ ଆଧାର ବିବରଣୀ ଅପ୍ଡେଟ୍
ଯେଉଁମାନଙ୍କ ପାଖରେ ୧୦ ବର୍ଷରୁ ଅଧିକ ପୁରୁଣା ଆଧାର କାର୍ଡ ରହିଛି ତାହାର ବିବରଣୀକୁ ଅପ୍ଡେଟ୍ କରାଇବା ଲାଗି ୟୁଆଇଡିଏଆଇ ପକ୍ଷରୁ ଲୋକମାନଙ୍କୁ ଆହ୍ବାନ ଦିଆଯାଇଛି।
Loading...
ଚଳିତ ସପ୍ତାହ ଶେଷ ଆଡକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି । ଏନେଇ ପୂର୍ବାନୁମାନ କରିଛନ୍ତି ଆମେରିକା ପାଣିପାଗ ବିଜ୍ଞାନୀ ଜାସନ୍ ନିକୋଲସ୍ ।
ଦକ୍ଷିଣ ପଶ୍ଚିମ ଓ ସଂଲଗ୍ନ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ରହିଛି ଅବପାତ । ଆଗାମୀ ୨-୩ ଦିନ ଯାଏ ଡିପ୍ରେସନ ତୀବ୍ରତାରେ ସକ୍ରିୟ ରହିବ । ୪୮ ଘଣ୍ଟାରେ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରି ତାମିଲନାଡୁ, ପୁଡୁଚେରୀ ଓ ଦକ୍ଷିଣ ଆନ୍ଧ୍ର ଉପକୂଳ ମୁହାଁ ହେବା ସମ୍ଭାବନା ରହିଛି । ପ୍ରଭାବରେ ଆନ୍ଧ୍ରପ୍ରଦେଶ, ତାମିଲନାଡୁ ଓ ପୁଡୁଚେରୀରେ ପ୍ରବଳ ବର୍ଷା ହେବ । ଏସବୁ ରାଜ୍ୟର କିଛି ସ୍ଥାନରେ ବୁଧବାର ଯାଏ ଲାଗି ରହିବ ବର୍ଷା । ସପ୍ତାହ ମଧ୍ୟଭାଗରେ ବର୍ଷା କର୍ଣ୍ଣାଟକ ଏବଂ କେରଳ ଯାଏ ପହଞ୍ଚିବା ସମ୍ଭାବନା ଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଅନ୍ୟପଟେ ଚଳିତ ସପ୍ତାହ ଶେଷ ଆଡକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି । ଏନେଇ ପୂର୍ବାନୁମାନ କରିଛନ୍ତି ଆମେରିକା ପାଣିପାଗ ବିଜ୍ଞାନୀ ଜାସନ୍ ନିକୋଲସ୍ । ସେ କହିଛନ୍ତି, ଦକ୍ଷିଣ ଚୀନ୍ ସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି । ଏହା ସାମୁଦ୍ରିକ ଝଡ଼ ହେବା ସମ୍ଭାବନା ନାହିଁ । କିନ୍ତୁ ଆଗାମୀ ଦୁଇ ଦିନରେ ଦକ୍ଷିଣ ଭିଏତନାମ୍, କାମ୍ବୋଡ଼ିଆ ଓ ଦକ୍ଷିଣ ଲାଓସକୁ ପ୍ରବଳ ବର୍ଷା ଆଣିବ ଲଘୁଚାପ । ସପ୍ତାହ ଶେଷ ଆଡ଼କୁ ଏହା ଆଣ୍ଡାମାନ ସାଗରରେ ପହଞ୍ଚିପାରେ । କିନ୍ତୁ ସମୁଦ୍ର ଉପରେ ଏହା ଶକ୍ତିଶାଳୀ ହେବାର ସମ୍ଭାବନା ନଥିବା କହିଛନ୍ତି ଜାସନ୍ ନିକୋଲସ୍ ।
ଏପଟେ, ଅବପାତର ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ । କେବଳ ଦକ୍ଷିଣ ଓଡ଼ିଶା ଜିଲ୍ଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଆଜି ଓ ଆସନ୍ତାକାଲି ଦକ୍ଷିଣ ଓଡ଼ିଶା ଜିଲ୍ଲାରେ ବର୍ଷା ହୋଇପାରେ । ଆଜି ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗରି ଓ କୋରାପୁଟ ଜିଲ୍ଲାର କିଛି ସ୍ଥାନରେ ହୋଇପାରେ ବର୍ଷା । ଆସନ୍ତାକାଲି ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାର କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଆଭ୍ୟନ୍ତରୀଣ ଓଡ଼ିଶାରେ ଶୁଷ୍କ ଥଣ୍ଡା ବାୟୁ ପ୍ରଭାବରେ ତଳମୁହାଁ ହୋଇଛି ପାରଦ । ରାତିର ତାପମାତ୍ରା ସ୍ୱାଭାବିକଠାରୁ ୨-୩ ଡିଗ୍ରୀ ସେଲସିୟସ୍ କମ୍ ରହିବ । ଗତକାଲି ରାତିରେ ୪ ସହରରେ ତାପମାତ୍ରା ୧୦ ଡିଗ୍ରୀ ତଳେ ରେକର୍ଡ ହୋଇଥିଲା ।
Shakespeare, in the beautiful garden, among the party. Some of the hall: in fact she was ever to.
ଯେଉଁମାନଙ୍କ ପାଖରେ ୧୦ ବର୍ଷରୁ ଅଧିକ ପୁରୁଣା ଆଧାର କାର୍ଡ ରହିଛି ତାହାର ବିବରଣୀକୁ ଅପ୍ଡେଟ୍ କରାଇବା ଲାଗି ୟୁଆଇଡିଏଆଇ ପକ୍ଷରୁ ଲୋକମାନଙ୍କୁ ଆହ୍ବାନ ଦିଆଯାଇଛି।
‘ପ୍ରବର୍ତ୍ତନ ନିର୍ଦେଶାଳୟ’ ତରଫରୁ ‘ଇଣ୍ଟର୍ପୋଲ୍’ ଜାରି କରିଥିବା ‘ରେଡ୍ ନୋଟିସ୍’ ଆଧାରରେ ‘ମହାଦେବ ଅନ୍ଲାଇନ୍ ବେଟିଙ୍ଗ୍ ଆପ୍’ର ୨ଜଣ ମୁଖ୍ୟ ମାଲିକଙ୍କ ମଧ୍ୟରେ ଅନ୍ୟତମ ରବି ଉପ୍ପଲଙ୍କୁ ଦୁବାଇରେ ସ୍ଥାନୀୟ ପୁଲିସ ଅଟକ ରଖିଥିବା କଥା ଆଜି ସରକାରୀ ଅଧିକାରୀମାନେ କହିଛନ୍ତି।
ଧନୁ ସଂକ୍ରାନ୍ତିଠାରୁ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ପୌଷ ମାସ ଉପଲକ୍ଷେ ସର୍ବସାଧାରଣଙ୍କୁ ସକାଳୁ ମିଳିବ ଅବଢ଼ା। ଏହାସହ ମନ୍ଦିରରେ ଭୋର୍ ୫ଟାରେ ମଙ୍ଗଳ ଆଳତି, ସାଢ଼େ ୫ଟାରେ ହୋମ, ୬ଟାରେ ମହାସ୍ନାନ କରାଯାଇ ସକାଳ ୭ଟାରେ ସକାଳ ଧୂପ ସମାପନ ହେବାନେଇ ସୂଚନା ଦେଇଛି ପ୍ରଶାସନ।