Loading...

ଆଜିଠାରୁ ସାରାଦେଶରେ ଆରମ୍ଭ ହେଲା କିଶୋରଙ୍କୁ ଟିକାଦାନ

ଆଜିଠାରୁ ସାରାଦେଶରେ ଆରମ୍ଭ ହେଲା କିଶୋରଙ୍କୁ ଟିକାଦାନ

ବର୍ତମାନ କରୋନା ସଂକ୍ରମଣ ପୁଣି ବୃଦ୍ଧି ପାଉଥିବାରୁ, ତାକୁ ନିୟନ୍ତ୍ରଣ କରିବା ପାଇଁ ଏହି ବର୍ଗର ସମସ୍ତ ପିଲାଙ୍କୁ ଯେମିତି ଟିକାର ପ୍ରଥମ ଡୋଜ୍ ଗୋଟିଏ ମାସ ଭିତରେ ଦିଆଯିବ ସେହି ଲକ୍ଷ୍ୟ ରଖି କାର୍ଯ୍ୟ କରୁଛନ୍ତି ସରକାର ।

ଆଜିଠାରୁ ଜାନୁଆରି ୩ରୁ ରାଜ୍ୟରେ ୧୫ରୁ ୧୮ବର୍ଷର କିଶୋରଙ୍କ ଟିକାକରଣ ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ୪୫ହଜାର କିଶୋର ପଞ୍ଜୀକରଣ କରିଥିବା ବେଳେ ଯେଉଁମାନେ ପଞ୍ଜୀକରଣ କରିନାହାନ୍ତି ସେମାନଙ୍କୁ ଅନସ୍ପଟ୍ ପଞ୍ଜୀକରଣ କରି ଟିକା ଦେବାକୁ ନିଷ୍ପତ୍ତି ହୋଇଛି।ଅପରପକ୍ଷେ ରବିବାର ଦିନ ୧୫ରୁ ୧୮ବର୍ଷ ବୟସର ଛାତ୍ରଛାତ୍ରୀଙ୍କୁ କୋଭାକ୍ସିନ୍ ଟିକା ଦେବା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରମୁଖ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଶିକ୍ଷା ଓ ସ୍ବାସ୍ଥ୍ୟ ବିଭାଗର ଏକ ମିଳିତ ବୈଠକ ଭର୍ଚୁଆଲ ମୋଡରେ ହୋଇଯାଇଛି। ନିଷ୍ପତ୍ତି ହୋଇଛି ଯେ ଜାନୁଆରି ମାସରେ ହିଁ ଏହି ବର୍ଗର ପ୍ରଥମ ପର୍ଯ୍ୟାୟ ଟିକାକରଣ ଶେଷ ହେବ।

ବର୍ତମାନ କରୋନା ସଂକ୍ରମଣ ପୁଣି ବୃଦ୍ଧି ପାଉଥିବାରୁ, ତାକୁ ନିୟନ୍ତ୍ରଣ କରିବା ପାଇଁ ଏହି ବର୍ଗର ସମସ୍ତ ପିଲାଙ୍କୁ ଯେମିତି ଟିକାର ପ୍ରଥମ ଡୋଜ୍ ଗୋଟିଏ ମାସ ଭିତରେ ଦିଆଯିବ ସେହି ଲକ୍ଷ୍ୟ ରଖି କାର୍ଯ୍ୟ କରୁଛନ୍ତି ସରକାର । ପ୍ରଥମେ ନବମ ଓ ଏକାଦଶ ଶ୍ରେଣୀ ପିଲାଙ୍କୁ ଟିକା ଦେବାକୁ ପରାମର୍ଶ ଦେଇଛନ୍ତି ଗଣଶିକ୍ଷା ବିଭାଗ ସଚିବ  । ମାଟିକର ସମେଟିଭ୍ ପରୀକ୍ଷା ଥିବାରୁ ୮ତାରିଖ ପରେ ସେମାନଙ୍କୁ ଟିକା ଦେବାକୁ ପରାମର୍ଶ ଦିଆଯାଇଛି  ।

 


 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.