26.1 C
Bhubaneswar
September 28, 2021
EnewsOdia.Com
ନ୍ୟୁଜ୍

ଆଜିଠୁ ୨ ଦିନ ପ୍ରବଳରୁ ଅତିପ୍ରବଳ ବର୍ଷା

ବୁଧବାର ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଗତକାଲି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହାର ପ୍ରଭାବରେ ଆସନ୍ତା ୨୪ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବା ବେଳେ ଆଜି ମଧ୍ୟ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।  ତେଣୁ ଜୁଲାଇ ୨୭ ତାରିଖ ଯାଏ ପାଣିପାଗ ବିଭାଗ ପକ୍ଷରୁ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।

ଏଥିପାଇଁ ୧୯ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଏହା ସହିତ କେତେକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଛି । ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ନୂଆପଡା , ବଲାଙ୍ଗୀର ଓ ଦେବଗଡ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାଛଡା କେନ୍ଦୁଝର , ମୟୁରଭଞ୍ଜ, ନବରଙ୍ଗପୁର, କଲାହାଣ୍ଡି, ସୋନପୁର, ବୌଦ୍ଧ, ଅନୁଗୁଳ, କଟକ, ଢେଙ୍କାନାଳ, ଯାଜପୁର, ଭଦ୍ରକ ଓ ବାଲେଶ୍ବରକୁ ୟେଲୋ ଆଲର୍ଟ ଜାରିକରାଯାଇଛି । କଟକ ଓ ଭୁବନେଶ୍ୱରରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଟ୍ୱିନ୍‌ସିଟିରେ ଆକାଶ ମେଘାଚ୍ଛନ ରହିବା ସହିତ ବଜ୍ରପାତର ସମ୍ବାବନା ରହିଛି । ଏଥିପାଇଁ କଟକ ଓ ଭୁବନେଶ୍ବରକୁ ମଧ୍ୟ ୟେଲୋ ଆଲର୍ଟ ଜାରି କରାଯାଇଛି ।

ପଢନ୍ତୁ: ମାୟନଗରୀ ମୁମ୍ବାଇର ଲଗାତାର ବର୍ଷାରେ ବିଗିଡିଲା କୁଶାଲ ଟଣ୍ଡନଙ୍କ ରେଷ୍ଟୁରାଣ୍ଟର ଅବସ୍ଥା

Related posts

ସମସ୍ତ ଭାରତୀୟ ଅଲମ୍ପିକ ଟିମ ହେବ ଅଗଷ୍ଟ ୧୫ରେ ଲାଲକିଲ୍ଲାରେ ସ୍ୱତନ୍ତ୍ର ଅତିଥି

Ratnamani Maharana

ସବୁଠୁ ଶସ୍ତା 4G ସ୍ମାର୍ଟଫୋନ ଲଞ୍ଚ କରିବ ଜିଓ

Ratnamani Maharana

ଶେଷରେ ଫାଶୀଖୁଣ୍ଟରେ ଝୁଲିଲେ ୪ ନିର୍ଭୟା ଦୋଷୀ

Ratnamani Maharana

Leave a Comment

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More