EnewsOdia.Com

ଓଡ଼ିଶାରେ ୪୮ ଘଣ୍ଟା ଯାଏ ବର୍ଷା ସମ୍ଭାବନା

ଦକ୍ଷିଣ-ପଶ୍ଚିମ ରାଜସ୍ଥାନ, ଉତ୍ତର ଛତିଶଗଡ ଓ ଉତ୍ତର ମଧ୍ୟପ୍ରଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ପ୍ରଭାବରେ ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମଧରଣର ବର୍ଷା ହେବ। ସ୍ଥାନେ ସ୍ଥାନେ ୫୦ରୁ ୬୦ କିମି ବେଗରେ ପବନ ହେବାର ସମ୍ଭାବନା ରହିଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ଆସନ୍ତା ୪୮ ଘଣ୍ଟା ପାଇଁ ୧୨ ଜିଲ୍ଲା ପାଇଁ ଅରେଞ୍ଜ ୱ‌ାର୍ଣ୍ଣିଂ ଜାରି କରାଯିବା ସହ ବିପର୍ଯ୍ୟୟର ମୁକାବିଲା ଲାଗି ପ୍ରସ୍ତୁତ କରିବାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।

ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି ଯେ ଶୁକ୍ରବାର ପୂର୍ବାହ୍ନ ସୁଦ୍ଧା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବା‌ଲେଶ୍ବର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ହେବା ସହ କିଛି ସ୍ଥାନରେ ୩୦ରୁ ୪୦ କିମି ବେଗରେ ପବନ ହୋଇପାରେ। ଏହାବ୍ୟତୀତ ଉତ୍ତର ଓଡ଼ିଶା, ସୋନପୁର, ବୌଦ୍ଧ, କନ୍ଧମାଳ, ନୟାଗଡ଼ ଓ ଖୋର୍ଧା ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହାପର ୨୪ ଘଣ୍ଟା ଅର୍ଥାତ୍‌ ୧୪ ତାରିଖ ପୂର୍ବାହ୍ନ ସୁଦ୍ଧା ପାଖାପାଖି ୨୫ଟି ଜିଲ୍ଲାରେ କୋହଲା ପାଗ ସାଙ୍ଗକୁ ବର୍ଷା ହେବାର ଆଶଙ୍କା ରହିଛି। ୧୫ ତାରିଖ ବି ଉତ୍ତର ଓଡ଼ିଶା ସ‌ମେତ ଯାଜପୁର, ଢେଙ୍କାନାଳ, ଅନୁଗୁଳ, କଟକ, ଯାଜପୁର ଓ କଳାହାଣ୍ଡି ଜିଲ୍ଲାର କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ହୋଇପାରେ। ଗତ ୩୬ ଘଣ୍ଟା ମଧ୍ୟରେ ବାଲେଶ୍ବର, ବାରିପଦା, ଅନୁଗୁଳ, ଝାରସୁଗୁଡ଼ା, ସୁନ୍ଦରଗଡ଼ ଜିଲ୍ଲାର କେତେକ ସ୍ଥାନରେ ବର୍ଷା ହୋଇଛି।

ପଢନ୍ତୁ: ଚୀନ୍‌ରେ କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ସମ୍ବନ୍ଧିତ ଖବର

ଆସନ୍ତା ୨୪ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗିରହିବ ବର୍ଷା

Ratnamani Maharana

ରାଷ୍ଟ୍ରପତିଙ୍କ ମଞ୍ଜୁରିପରେ ଆଇନରେ ପରିଣତ ହେଲା ନାଗରିକତା ସଂଶୋଧନ ବିଲ

Ratnamani Maharana

ଭାରତରେ ଟ୍ରମ୍ପଙ୍କ ଜବରଦସ୍ତ ଫ୍ୟାନ୍‌

Ratnamani Maharana

ଚାଲାଣ କାଟିବାପରେ ମୁହଁ ଖୋଲିଲେ ବାବୁସାନ

Ratnamani Maharana

ରାଜଧାନୀରେ ବିରଳ ଧଳା ଭାଲୁ ଛୁଆ ଉଦ୍ଧାର

Ratnamani Maharana

ଆରବ ସାଗରରେ ଲଘୁଚାପ : ଅକ୍ଟୋବରରେ ଓଡ଼ିଶାକୁ ନାହିଁ ବାତ୍ୟା ଭୟ

Ratnamani Maharana