ରାଜ୍ୟରେ ବୁଧବାର ଘନ କୁହୁଡି ଅନୁଭୂତ ହେବ । କନ୍ଧମାଳ, ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ପୁରୀ, ନୟାଗଡ଼, କଟକ ଓ ଜଗତସିଂହପୁର ଜିଲ୍ଲାରେ ଘନ କୁହୁଡ଼ି ଆଶଙ୍କା ଥିବାରୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।
ରାଜ୍ୟରେ ବୁଧବାର ଘନ କୁହୁଡି ଅନୁଭୂତ ହେବ । କନ୍ଧମାଳ, ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ପୁରୀ, ନୟାଗଡ଼, କଟକ ଓ ଜଗତସିଂହପୁର ଜିଲ୍ଲାରେ ଘନ କୁହୁଡ଼ି ଆଶଙ୍କା ଥିବାରୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଏଣିକି ରାତି ତାପମାତ୍ରା କ୍ରମଶଃ କମିବ । ସର୍ବନିମ୍ନ ତାପମାତ୍ରା ୩ରୁ ୫ ଡିଗ୍ରୀ ଯାଏ କମିବ ବୋଲି ପୂର୍ବାନୁମାନ କରାଯାଇଛି ।
ଉପକୂଳ ଓଡ଼ିଶା ସମେତ ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ଅନୁଗୁଳ, କୋରାପୁଟ ଓ ମାଲକାନଗିରିରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ରହିବ । ୨୮ ତାରିଖରେ ଝାରସୁଗୁଡା, ବରଗଡ, ବଲାଙ୍ଗିର ଓ ସୋନପୁର ଜିଲ୍ଲାରେ ଶୀତ ଲହରି ବହିବ । ଏଥିପାଇଁ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି । ୨୯ରେ ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗିର, ସୋନପୁର, ସମ୍ବଲପୁର, ଅନୁଗୁଳ ଓ ଦେବଗଡ଼ ଜିଲ୍ଲାରେ ଶୀତ ଲହରି ଜାରି ରହିବାର ଆଶଙ୍କା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।