୩ ମାସ ବଢିଲା ମାଗଣାରେ ଆଧାର ବିବରଣୀ ଅପ୍ଡେଟ୍
ଯେଉଁମାନଙ୍କ ପାଖରେ ୧୦ ବର୍ଷରୁ ଅଧିକ ପୁରୁଣା ଆଧାର କାର୍ଡ ରହିଛି ତାହାର ବିବରଣୀକୁ ଅପ୍ଡେଟ୍ କରାଇବା ଲାଗି ୟୁଆଇଡିଏଆଇ ପକ୍ଷରୁ ଲୋକମାନଙ୍କୁ ଆହ୍ବାନ ଦିଆଯାଇଛି।
Loading...
ରାଜ୍ୟରେ ଶୀତ ପ୍ରକୋପ କମିବ ବୋଲି ସୋଆ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ କୁହାଯାଇଛି । ୨ ତାରିଖରୁ ରାତି ତାପମାତ୍ରା ୩ରୁ ୫ ଡିଗ୍ରୀ ଯାଏ ବଢ଼ିବ ।
ଆସନ୍ତା ୩ ଓ ୪ ତାରିଖରେ ରାଜ୍ୟର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୩ ତାରିଖରେ ୭ ଜିଲ୍ଲାରେ ଓ ୪ରେ ୧୫ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୪ରେ ୭ଟି ଜିଲ୍ଲାରେ କୁଆପଥର ମାଡ଼ ସହ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ସେହିଭଳି ୨ ତାରିଖରେ କିଛି ଜିଲ୍ଲାରେ ଘନ କୁହୁଡ଼ି ହେବା ଆଶଙ୍କା ଥିବାରୁ ସ୍ୱତନ୍ତ୍ର ରିଲିଫ କମିଶନର ସତର୍କତା ଜାରି କରିଛନ୍ତି ।
ପଶ୍ଚିମା ଝଡ଼ ପ୍ରଭାବରେ ବଙ୍ଗୋପସାଗରରୁ ରାଜ୍ୟକୁ ଅଧିକ ମାତ୍ରାରେ ଉଷ୍ମ ଜଳୀୟବାଷ୍ପ ପ୍ରବେଶ କରିବ । ଏହାର ପ୍ରଭାବରେ ୩ ଓ ୪ ତାରିଖରେ ରାଜ୍ୟର କିଛି ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ଆଶଙ୍କା ରହିଛି । ୩ରେ ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼ ଓ କେନ୍ଦୁଝରରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏହି ୬ଜିଲ୍ଲା ପାଇଁ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।
ବର୍ଷା ଆଶଙ୍କା ଥିବାରୁ ପନିପରିବା ଚାଷ ଓ ଉଦ୍ୟାନ କୃଷି ଫସଲରେ ବିଶେଷ କ୍ଷୟକ୍ଷତିର ଆଶଙ୍କା ଥିବା ପାଣିପାଗ ବିଭାଗ ସତର୍କ କରାଇ ଦେଇଛି । ଅମଳ ଉପଯୋଗୀ ହରଡ଼, ବନ୍ଧା କୋବି, ଫୁଲ କୋବି ଓ ଅନ୍ୟ ପରିବାକୁ ଫେବ୍ରୁଆରି ୩ ପୂର୍ବରୁ ଅମଳ କରି ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବାକୁ ପରାମର୍ଶ ଦିଆଯାଇଛି । ମୁଗ, ବିରି ଭଳି ଶୀତଦିନିଆ ଡାଲିଜାତୀୟ ବିହନ ବୁଣାବୁଣି ଆସନ୍ତା ଏକ ସପ୍ତାହ ଯାଏ ସ୍ଥଗିତ ରଖିବାକୁ ବିଭାଗ ପରାମର୍ଶ ଦେଇଛି । ସେହିଭଳି କୁଆପଥର ମାଡ଼ରୁ ରକ୍ଷା ପାଇଁ ଟମାଟୋ, ଲଙ୍କା, ପିଆଜ କୋବି ଭଳି ପନିପରିବା ତଳିକୁ ଜାଲି ବା ପ୍ଲାଷ୍ଟିକ୍ ଦ୍ୱାରା ଘୋଡାଇ ରଖିବାକୁ କୁହାଯାଇଛି । ବର୍ଷା ଯୋଗୁ ଜମୁଥିବା ପାଣିର ନିଷ୍କାସନ ପାଇଁ ପନିପରିବା ତଳି ଓ ମୁଖ୍ୟ ଜମିରେ ଆବଶ୍ୟକ ନାଳି ବ୍ୟବସ୍ଥା କରିବାକୁ ପରାମର୍ଶ ଦିଆଯାଇଛି ।
ସେପଟେ ରାଜ୍ୟରେ ଶୀତ ପ୍ରକୋପ କମିବ ବୋଲି ସୋଆ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ କୁହାଯାଇଛି । ୨ ତାରିଖରୁ ରାତି ତାପମାତ୍ରା ୩ରୁ ୫ ଡିଗ୍ରୀ ଯାଏ ବଢ଼ିବ । ଫେବ୍ରୁଆରି ମାସରେ ଦିନରେ ଅଧିକ ଗରମ ଅନୁଭୂତ ହୋଇପାରେ ବୋଲି କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।
Shakespeare, in the beautiful garden, among the party. Some of the hall: in fact she was ever to.
ଯେଉଁମାନଙ୍କ ପାଖରେ ୧୦ ବର୍ଷରୁ ଅଧିକ ପୁରୁଣା ଆଧାର କାର୍ଡ ରହିଛି ତାହାର ବିବରଣୀକୁ ଅପ୍ଡେଟ୍ କରାଇବା ଲାଗି ୟୁଆଇଡିଏଆଇ ପକ୍ଷରୁ ଲୋକମାନଙ୍କୁ ଆହ୍ବାନ ଦିଆଯାଇଛି।
‘ପ୍ରବର୍ତ୍ତନ ନିର୍ଦେଶାଳୟ’ ତରଫରୁ ‘ଇଣ୍ଟର୍ପୋଲ୍’ ଜାରି କରିଥିବା ‘ରେଡ୍ ନୋଟିସ୍’ ଆଧାରରେ ‘ମହାଦେବ ଅନ୍ଲାଇନ୍ ବେଟିଙ୍ଗ୍ ଆପ୍’ର ୨ଜଣ ମୁଖ୍ୟ ମାଲିକଙ୍କ ମଧ୍ୟରେ ଅନ୍ୟତମ ରବି ଉପ୍ପଲଙ୍କୁ ଦୁବାଇରେ ସ୍ଥାନୀୟ ପୁଲିସ ଅଟକ ରଖିଥିବା କଥା ଆଜି ସରକାରୀ ଅଧିକାରୀମାନେ କହିଛନ୍ତି।
ଧନୁ ସଂକ୍ରାନ୍ତିଠାରୁ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ପୌଷ ମାସ ଉପଲକ୍ଷେ ସର୍ବସାଧାରଣଙ୍କୁ ସକାଳୁ ମିଳିବ ଅବଢ଼ା। ଏହାସହ ମନ୍ଦିରରେ ଭୋର୍ ୫ଟାରେ ମଙ୍ଗଳ ଆଳତି, ସାଢ଼େ ୫ଟାରେ ହୋମ, ୬ଟାରେ ମହାସ୍ନାନ କରାଯାଇ ସକାଳ ୭ଟାରେ ସକାଳ ଧୂପ ସମାପନ ହେବାନେଇ ସୂଚନା ଦେଇଛି ପ୍ରଶାସନ।