Loading...

ପଶ୍ଚିମା ଝଡ଼ ପ୍ରଭାବରେ ୧୬ରୁ ରାଜ୍ୟରେ ପୁଣି ବର୍ଷା ସମ୍ଭାବନା

ପଶ୍ଚିମା ଝଡ଼ ପ୍ରଭାବରେ ୧୬ରୁ ରାଜ୍ୟରେ ପୁଣି ବର୍ଷା ସମ୍ଭାବନା

ପଶ୍ଚିମା ଝଡ଼ ପ୍ରଭାବରେ ଆସନ୍ତା ୧୬ ତାରିଖରୁ ରାଜ୍ୟରେ ବର୍ଷା ହୋଇପାରେ। ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ପଶ୍ଚିମା ଝଡ଼ ପ୍ରଭାବରେ ଆସନ୍ତା ୧୬ ତାରିଖରୁ ରାଜ୍ୟରେ ବର୍ଷା ହୋଇପାରେ। ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଶନିବାର ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ବୁଲେଟିନରେ କୁହାଯାଇଛି ଯେ ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଶୁଖିଲା ପାଗ ଜାରି ରହିବ ଓ ରାତି ତାପମାତ୍ରା ହ୍ରାସ ପାଇବ । କିନ୍ତୁ ୧୬ ତାରିଖ ବେଳକୁ ପାଗରେ ପରିବର୍ତ୍ତନ ହେବା ସହ କେତେକ ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।

ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ଆଗାମୀ ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ପ୍ରାୟ ସ୍ଥାନ ମାନଙ୍କରେ ଶୁଖିଲା ପାଗ ରହିବ। ପଶ୍ଚିମାଝଡ଼ ପ୍ରଭାବରେ ୧୬ ତାରିଖରୁ ରାଜ୍ୟରେ ବର୍ଷା ଅନୁଭୁତ ହୋଇପାରେ। ୧୭ ତାରିଖରେ ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନୁଭୁତ ହୋଇପାରେ।ଆସନ୍ତାକାଲି ରାଜ୍ୟର ମାଲାକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ,କଳାହାଣ୍ଡି, ଗଜପତି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ଘନ କୁହୁଡି ଦେଖା ଦେଇପାରେ। ରାଜ୍ୟରେ ଆଗାମୀ ତିନି ଦିନ ପାଗରେ କୌଣସି ପରିବର୍ତ୍ତ ହେବ ନାହିଁ। ୧୬ ତାରିଖରୁ ରାଜ୍ୟରେ ପୁଣି ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରାରେ ବୃଦ୍ଧି ପାଇବ।

ରାଜ୍ୟରେ ବର୍ତ୍ତମାନ ଶୁଖିଲା ପାଗ ଜାରି ରହିଛି। କିଛି କିଛି ଜିଲ୍ଲାରେ ସାମାନ୍ୟରୁ ଘନ କୁହୁଡ଼ି ଅନୁଭୁତ ହୋଇଛି । ରାଜ୍ୟରେ ରାତ୍ରି ସମୟରେ ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି। ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ତାପମାତ୍ରା ୨ରୁ ୩ ଡିଗ୍ରି ହ୍ରାସ ପାଇଛି ଏବଂ ଅଭ୍ୟନ୍ତରୀଣ ଜିଲ୍ଲା ଗୁଡ଼ିକରେ ତାପମାତ୍ରା ୩ରୁ ୫ ଡିଗ୍ରି ହ୍ରାସ ପାଇଛି।

 

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.