Loading...

ଆଜି ଲଘୁଚାପର ରୂପ ନେବ ଘୂର୍ଣ୍ଣିବଳୟ, ଆସନ୍ତାକାଲିଠାରୁ ରାଜ୍ୟରେ ପ୍ରବଳ ବର୍ଷା

ଆଜି ଲଘୁଚାପର ରୂପ ନେବ ଘୂର୍ଣ୍ଣିବଳୟ, ଆସନ୍ତାକାଲିଠାରୁ ରାଜ୍ୟରେ ପ୍ରବଳ ବର୍ଷା

ମ୍ୟାନ୍‌ମାର ଏବଂ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହା ସମୁଦ୍ର ପତ୍ତନଠାରୁ ୫.୮ କିଲୋମିଟର ପର୍ଯ୍ୟନ୍ତ ବ୍ୟାପିଛି।

ମ୍ୟାନ୍‌ମାର ଏବଂ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହା ସମୁଦ୍ର ପତ୍ତନଠାରୁ ୫.୮ କିଲୋମିଟର ପର୍ଯ୍ୟନ୍ତ ବ୍ୟାପିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପୂର୍ବ-କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାପରେ ଏହା ଲଘୁଚାପରେ ପରିଣତ ହୋଇ ଉତ୍ତର-ପଶ୍ଚିମ ଦିଗକୁ ଉତ୍ତର ଓଡ଼ିଶା ଓ ସଂଲଗ୍ନ ପଶ୍ଚିମବଙ୍ଗ ଉପକୂଳ ଆଡ଼କୁ ଗତି କରିବ ବୋଲି ଭାରତୀୟ ପାଣିପାଗ ବିଭାଗ ଆକଳନ କରିଛି। ଏହାର ପ୍ରଭାବରେ ଶୁକ୍ରବାରରୁ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଅକ୍ଟୋବର ୧ରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। କେତେକ ଜିଲାରେ ବଜ୍ରପାତ ସହ କାଳବୈଶାଖୀଜନିତ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି।

ସୂଚନାନୁସାରେ, ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଆସନ୍ତାକାଲିଠାରୁ ରାଜ୍ୟରେ ବର୍ଷା ଆରମ୍ଭ ହୋଇଯିବ। କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକ ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏଥିସହ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ଼, କନ୍ଧମାଳ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ରାୟଗଡ଼ା ଜିଲ୍ଲାର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ୩୦ ତାରିଖରୁ ବର୍ଷାର ପରିମାଣ ଓ ବିସ୍ତୃତି ବଢ଼ିବ।

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.