ଆଜିଠୁ ରାଜ୍ୟରେ ବଦଳିଯିବ ପାଣିପାଗ । ତାତିରୁ ମିଳିବ ତ୍ରାହି । କାଳବୈଶାଖୀ ପ୍ରଭାବରେ ଉପକୂଳ ଓଡ଼ିଶାରେ ତାପମାତ୍ରାରେ ହ୍ରାସ ପାଇବ । ଆଜି ସକାଳୁ ରାଜ୍ୟରେ ପାଗ ଆଂଶିକ ମେଘୁଆ ରହିଥିବା ବେଳେ କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଅନୁଭୂତ ହୋଇଛି। ଆଜି ସକାଳୁ ରାଜ୍ୟରେ ପାଗ ଆଂଶିକ ମେଘୁଆ ରହିଥିବା ବେଳେ କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଅନୁଭୂତ ହୋଇଛି। ଆଜିଠାରୁ ୧୭ ତାରିଖ ଯାଏଁ ଏଭଳି ପାଗ ଲାଗିରହିବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ। କାଳବୈଶାଖୀ ପାଇଁ ୧୧ଟି ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ ।
ସୂଚନାନୁସାରେ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ଅନୁଗୁଳ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ଝଡ଼ବର୍ଷା ହେବ। ୧୬ ତାରିଖରୁ ରାଜ୍ୟରେ ବର୍ଷାର ବିସ୍ତୃତି ଓ ପରିମାଣ ବଢ଼ିବ। ସାରା ରାଜ୍ୟରେ ବର୍ଷା ଆରମ୍ଭ ହେବ। ୧୭ ତାରିଖରୁ ସାରା ରାଜ୍ୟରେ ଝଡ଼ବର୍ଷା ହେବ।