Loading...

ଭୋଟ୍‌ର ୪୮ ଘଣ୍ଟା ପୂର୍ବରୁ ମଦ ବନ୍ଦ

ଭୋଟ୍‌ର ୪୮ ଘଣ୍ଟା ପୂର୍ବରୁ ମଦ ବନ୍ଦ

ନିର୍ବାଚନକୁ ଅବାଧ, ସ୍ୱଚ୍ଛ ଓ ଶାନ୍ତିଶୃଙ୍ଖଳାର ସହ ସଂପାଦନ କରିବା ନିମନ୍ତେ ଲାଇସେନ୍ସପ୍ରାପ୍ତ ବନ୍ଧୁକ ବା ଅନ୍ୟାନ୍ୟ ଅସ୍ତ୍ରଶସ୍ତ୍ର ସହ ମତଦାନ କେନ୍ଦ୍ରକୁ ଯିବା କିମ୍ବା ମତଦାନ କେନ୍ଦ୍ର ନିକଟରେ ଚଳପ୍ରଚଳ ହେବା ଉପରେ ନିଷେଧାଦେଶ ଜାରି କରାଯାଇଛିା

ତ୍ରିସ୍ତରୀୟ ପଞ୍ଚାୟତିରାଜ ଅନୁଷ୍ଠାନଗୁଡ଼ିକରେ ହେବାକୁ ଥିବା ସାଧାରଣ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିସନଙ୍କ ତରଫରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇସାରିଛି ଓ ତଦନୁସାରେ ଆସନ୍ତା ଫେବ୍ରୁୁଆରି ୧୬ ତାରିଖଠାରୁ ୨୪ ତାରିଖ ମଧ୍ୟରେ ୫ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବା ନିର୍ବାଚନକୁ ଅବାଧ, ସ୍ୱଚ୍ଛ ଓ ଶାନ୍ତିଶୃଙ୍ଖଳାର ସହ ସଂପାଦନ କରିବା ନିମନ୍ତେ ଲାଇସେନ୍ସପ୍ରାପ୍ତ ବନ୍ଧୁକ ବା ଅନ୍ୟାନ୍ୟ ଅସ୍ତ୍ରଶସ୍ତ୍ର ସହ ମତଦାନ କେନ୍ଦ୍ରକୁ ଯିବା କିମ୍ବା ମତଦାନ କେନ୍ଦ୍ର ନିକଟରେ ଚଳପ୍ରଚଳ ହେବା ଉପରେ ନିଷେଧାଦେଶ ଜାରି କରାଯାଇଛିା 

ଆଗାାମୀ ଫେବ୍ରୁଆରି ୧୪ ତାରିଖ ସନ୍ଧ୍ୟା ୫ଟାରୁ ମାର୍ଚ୍ଚ ୧ ତାରରିଖ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ନିର୍ବାଚନ ଅଧିକାରୀ ପୁଲିଙ୍ଗ ଅଧିକାରୀ, ପୁଲିସ୍ ଅଧିକାରୀ ଏବଂ ଶାନ୍ତିଶୃଙ୍ଖଳା ରକ୍ଷା ନିମନ୍ତେ ନିଯୁକ୍ତି ପାଇଥିବା କର୍ମଚାରୀଙ୍କ ବ୍ୟତୀତ କୌଣସି ବ୍ୟକ୍ତି ମତଦାନ କେନ୍ଦ୍ର କିମ୍ବା ମତଦାନ କେନ୍ଦ୍ର ଆଖପାଖ ଅଞ୍ଚଳରେ ରହିପାରିବେ ନାହିଁ ବୋଲି ରାଜ୍ୟ ନିର୍ବାଚନ କମିସନର ସଂପୃକ୍ତ ବିଭାଗକୁ ବିହିତ କାର୍ଯ୍ୟାନୁଷ୍ଠାନ ନିମନ୍ତେ ଚିଠି ମାଧ୍ୟମରେ ନିର୍ଦ୍ଦେଶ ଦେଇଛନ୍ତିା

ମତଦାନର ୪୮ ଘଣ୍ଟା ପୂର୍ବରୁ ଏବଂ ମତଦାନ ପରଦିନ ପର୍ଯ୍ୟନ୍ତ ଯେଉଁ ସ୍ଥାନରେ ନିର୍ବାଚନ ହେବାକୁ ଥିବ ସେଠାରେ ମଦର ବିକ୍ରୟ ଓ ବଣ୍ଟନ ଉପରେ ନିଷେଧାଦେଶ ଜାରିକରି ରାଜ୍ୟ ଅବକାରୀ ବିଭାଗକୁ ଦୃଢ଼ ପଦକ୍ଷେପ ଗ୍ରହଣ କରିବାକୁ ଚିଠି ମାଧ୍ୟମରେ ନିର୍ଦ୍ଦେଶ ଦେଇଛନ୍ତି। ଏହି ସମୟରେ ଅନ୍ୟ ସ୍ଥାନକୁ ମାଦକ ଦ୍ରବ୍ୟର ପରିବହନ, ହୋଟେଲ କିମ୍ବା ରେଷ୍ଟୁରାଣ୍ଟ, ଦୋକାନରେ ଅବା ଅନ୍ୟକୌଣସିଠାରେ ମଦର ବ୍ୟବହାର କରାଯାଇପାରିବ ନାହିଁ ବୋଲି ନିର୍ବାଚନ କମିସନର ସମସ୍ତ ପ୍ରକାରର ବାରଣ କରିଛନ୍ତିା

Ratnamani Maharana

Shakespeare, in the beautiful garden, among the party. Some of the hall: in fact she was ever to.